shyamal

ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ

  • ୧୫୬୬ ଜଣଙ୍କୁ ମିଳିଲା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ସ୍ଥାନୀୟ ଟାଉନ ବାଳକ ଉଚ୍ଚ ବିଦ୍ୟାଳୟ ଖେଳପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ କରାଯାଇଥିଲା । ଏହି ଉତ୍ସବରେ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ଵାଳ, ଅତିରିକ୍ତ ଜିଲ୍ଲା ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର, ପ୍ରିନ୍ସିପ୍ୟାଲ ଡିଆଇଇଟି ଜୟପ୍ରକାଶ ଦାସ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟତ୍ରୀ, ପୁରାତନ ଛାତ୍ରଛାତ୍ରୀ, ବିଦ୍ୟାଳୟ ଶିକ୍ଷା କମିଟିଙ୍କୁ ପୁରସ୍କାର ଦେବା ସହ ଅଭିନନ୍ଦନ ଜଣାଇ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏହି ଅବସରରେ ୧୨୩ ଜଣଙ୍କୁ ଜିଲ୍ଲାସ୍ତରୀୟ ଛାତ୍ରଛାତ୍ରୀ ପୁରସ୍କାର, ୧୪୨୧ ଜଣ ବ୍ଲକସ୍ତରୀୟ ଛାତ୍ରଛାତ୍ରୀ ପୁରସ୍କାର, ୧୩ ଜଣଙ୍କୁ ଓଡିଆ ଭାଷାବୃତ୍‌ତ୍ତି ପୁରସ୍କାର ଏବଂ ୯ ଜଣଙ୍କୁ ମେଧାବୃତ୍‌ତ୍ତି ପୁରସ୍କାର ପ୍ରଦାନ କରାଗଲା । ୧୪ଟି ବ୍ଲକରୁ କୃତୀ ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟତ୍ରୀ ଏହି ଉତ୍ସବରେ ପୁରସ୍କୃତ ହେଇଥିଲେ । ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ସ୍ୱାଗତ ସଂଗୀତ ଓ ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ କରିଥିଲେ । ଅତିଥିମାନେ ପୁରସ୍କାର ବିତରଣ କରିବା ସହ ଛାତ୍ରଛାତ୍ରୀ ମାନଙ୍କର ଜୀବନରେ ସଫଳତା କାମନା କରିଥିଲେ । ଅତିଥିମାନେ ଛାତ୍ରଛାତ୍ରୀ ମାନଙ୍କ ସଫଳ ଜୀବନଯାତ୍ରା ପାଇଁ ପ୍ରେରଣାତ୍ମକ ଉପଦେଶ ଏବଂ ଗୁରୁଙ୍କ ମହତ୍ଵ ବିଷୟରେ ଜଣାଇଥିଲେ । ଉତ୍ସବଟି ବିଇଓ, ଏବିଇଓ, ସମସ୍ତ ସିଆର୍‌ସିସି, ଶିକ୍ଷକ/ଶିକ୍ଷୟତ୍ରୀଙ୍କ ସହଯୋଗରେ ସଫଳତା ପୂର୍ବକ ଶେଷ ହୋଇଥିଲା ।

purusottam
Leave A Reply

Your email address will not be published.