csstore

ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଓଡିଶା ଦିବସ ସମାରୋହ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ରୂପେ ପାଳନ କରାଯାଇଥାଏ । ଏହି ପରିପ୍ରେକ୍ଷୀରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ଏନେଇ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ଼ ବିଧାୟକ ନବୀନ ଜୈନ, ସମ୍ମାନିତ ଅତିଥି ଭାବେ ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ ଖତ୍ରି, ଟିଟିଲାଗଡ଼ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ମମତା ଦେବୀ ଜୈନ, ବିଡ଼ିଓ ଚନ୍ଦ୍ରମଣି ନାଗ, ଏସ୍‌ଡିପିଓ ଯଶୋବନ୍ତ ନାରାୟଣ ପ୍ରଧାନ, ପୌର ନିର୍ବାହୀ ଅଧିକାରୀ ଚନ୍ଦନ ଶତପଥୀ ଓ କାଉନସିଲରମାନେ ମଞ୍ଚାସୀନ ଥିଲେ । ପ୍ରଥମେ ଓଡ଼ିଶାର ବରପୁତ୍ରମାନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ପରେ ଦୀପ ପ୍ରଜ୍ୱଳନ କରି ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । କବି ଭିକାରୀ ମିଶ୍ର ମଞ୍ଚ ପରିଚାଳନା କରିଥିଲେ । ଏହି ଅବସରରେ ସମସ୍ତ ଅତିଥିମାନେ ଓଡ଼ିଶାର ବରପୁତ୍ର ମାନଙ୍କ ସ୍ମୃତି ଚାରଣ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଶ୍ରୀ ଜୈନ ଓଡ଼ିଶାର କଳା ସଂସ୍କୃତି ବିଷୟରେ କହିବା ସହ ଆଗାମୀ ଦିନରେ ଦେଶରେ ଆମ ରାଜ୍ୟ ଏକ ନମ୍ବର ହେବ ବୋଲି କହିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା ।

jayashree
Leave A Reply

Your email address will not be published.