କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ସୁନ୍ଦରଗଡ଼ରେ ମିଳିଛି ସମର୍ଥନ

ସୁନ୍ଦରଗଡ଼ : ପେଟ୍ରୋଲ ଓ ଡିଜେଲ ଦରରେ ଅହେତୁକ ବୃଦ୍ଧି ଯୋଗୁ ସାଧାରଣ ଜନତା ଅତିଷ୍ଠ ହୋଇ ପଡ଼ିଥିବା ଅଭିଯୋଗ କରିଛି କଂଗ୍ରେସ । ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରତିବାଦରେ ଦଳ ପକ୍ଷରୁ ଆଜି ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିବା ବେଳେ ସୁନ୍ଦରଗଡ଼ରେ ବନ୍ଦର ପ୍ରଭାବ ପରିଲକ୍ଷିତ ହୋଇଛି । କଂଗ୍ରେସ ଅଭିଯୋଗ କରିଛି ଯେ, କରୋନା ପରଠାରୁ ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିଚାଲିଛି । ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧିର ପ୍ରଭାବ ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପଡୁଛି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଫଳରେ ବିଭିନ୍ନ ସାମଗ୍ରୀର ଦର ମଧ୍ୟ ବୃଦ୍ଧି ପାଉଛି । ଏହା ଫଳରେ ଉଭୟ ମଧ୍ୟବିତ୍ତ ଓ ଗରିବ ଲୋକଙ୍କ ପାଇଁ ଅସହ୍ୟ ହୋଇ ପଡ଼ିଛି । ତେବେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ସୁନ୍ଦରଗଡ଼ରେ ମିଳିଛି ବିଶେଷ ସମର୍ଥନ ।

Leave A Reply

Your email address will not be published.