centurian jitm

୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

nschool

ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ କଲ୍‌ବଲ୍‌ ହେଉଛନ୍ତି ରାଜ୍ୟବାସୀ । ଖରାର ପ୍ରକୋପ ଏତେ ମାତ୍ରାରେ ରହୁଛି ଯେ, ସକାଳ ୮.୩୦ଟା ପରଠାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି । ତେବେ ଏହା ଭିତରେ ଏକ ଆଶ୍ୱସ୍ତି କଲାଭଳି ଖବର ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଯାହାଫଳରେ ଦିନର ସର୍ବୋଚ୍ଚ ତାପମାତ୍ରା ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସହ ଝଡ଼ ତୋଫାନ୍‌ ହୋଇପାରେ । ଆଜି ପାଇଁ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ପବନ ନେଇ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, ମୟୁରଭଞ୍ଜ ଏବଂ କନ୍ଧମାଳ । ଏହି ସମୟରେ ୪୦ ରୁ ୫୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ତେବେ ୭ ତାରିଖରୁ ବର୍ଷାର ପରିମାଣ ବଢିବ । ୮ ତାରିଖରେ ବର୍ଷାର ପରିମାଣ ଆହୁରି ଅଧିକ ରହିବ । ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ବାଦ୍ ଦେଲେ ଅନ୍ୟ ସ୍ଥାନରେ ବଜ୍ରପାତ ଓ ଝଡ଼ ତୋଫାନ୍‌ର ଆଶଙ୍କା ରହିଛି । ଏନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Leave A Reply

Your email address will not be published.