csstore

ମାଲକାନଗିରିରେ ଉତ୍କଳ ସାମ୍ବାଦିକ ସଂଘର ବାର୍ଷିକ ଉତ୍ସବ

“ସାମ୍ବାଦିକତା ମୁକ୍ତ ଓ ନିରପେକ୍ଷ ହେବା ଉଚିତ”
ମାଲକାନଗିରି, (ଅଜିତ କୁମାର ସାହୁ) : ମାଲକାନଗିରି ଜିଲ୍ଲା ସଦର ସ୍ଥିତ ସଂସ୍କୃତି ଭବନ ଠାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ମାଲକାନଗିରି ଜିଲ୍ଲା ସ୍ତରୀୟ ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶରେ ପାଳିତ ହୋଇଯାଇଛି । ପ୍ରଥମେ ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ଏଥିରେ ରାଜ୍ୟ ସଭାପତି ବିଭୁତି ଭୂଷଣ କରଙ୍କ ସଭାପତି‌ତ୍ୱରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ମନ୍ତ୍ରୀ ଜଗନ୍ନାଥ ସାରାକା, ମୁଖ୍ୟ ବକ୍ତା ଭାବେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ମାନସ ମାଡ଼କାନି, ଦଶରଥ ପଢାମି, ସଂଘର ରାଜ୍ୟ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ନାୟକ ପ୍ରମୁଖ ଅତିଥି ଭାବେ ଯୋଗଦେଇ ସାମ୍ବାଦିକତା ମୁକ୍ତ ଓ ନିରପେକ୍ଷ ହେବା ଉଚିତ ବୋଲି ଅତିଥି ମାନେ ମତପ୍ରକାଶ କରିଥିଲେ । ରାଜ୍ୟର ସମସ୍ତ ସାମ୍ବାଦିକ ମାନଙ୍କୁ କରୋନା ଟୀକା ପ୍ରଦାନ କରିବା ପାଇଁ କୁହାଯାଇଥିଲା । ଏଥିରେ ରାଜ୍ୟର ସମସ୍ତ ଜିଲ୍ଲା ର ସାମ୍ବାଦିକମାନେ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.