ସମ୍ବଲପୁରର ମାଲଗୁଣ୍ଡରେ ବିକଶିତ ଭାରତ ସଂକଳ୍ପ ଯାତ୍ରା

ସମ୍ବଲପୁର : ସମ୍ବଲପୁରର ମାଲଗୁଣ୍ଡରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଅମୃତ କାଳର ଚାରିଟି ଅମୃତ ସ୍ତମ୍ଭ ଅର୍ଥାତ୍ ଭାରତର ନାରୀ ଶକ୍ତି, ଯୁବ ଶକ୍ତି, କୃଷି ଶକ୍ତି ଏବଂ ଆମର ଗରିବ ଓ ମଧ୍ୟବିତ୍ତଙ୍କ ଶକ୍ତି ଭାରତକୁ ଶିଖରକୁ ନେବା ସହ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବ । ମୋଦିଙ୍କ ଗ୍ୟାରେଣ୍ଟି ଜନତାଙ୍କ ଆସ୍ଥାଭାଜନ ହୋଇଥିବା ବେଳେ ଆମେ ସମସ୍ତେ ନିଜ ନିଜ କ୍ଷେତ୍ରରେ ‘ବିକଶିତ ଭାରତ’ ପାଇଁ ଯୋଗଦାନ ରଖିବା ଦରକାର । ସମସ୍ତଙ୍କୁ ସାଙ୍ଗରେ ନେଇ ଗାଁରୁ ପଞ୍ଚାୟତ ପର୍ଯ୍ୟନ୍ତ, ବ୍ଲକରୁ ସହର ପର୍ଯ୍ୟନ୍ତ ତଥା ସହରରୁ ଜିଲ୍ଲା ଏବଂ ରାଜ୍ୟ ସହ ଦେଶକୁ ସାମଗ୍ରିକ ଭାବରେ ମଜଭୂତ କରିବାକୁ ହେବ ।

ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନ୍ତର୍ଗତ ମୋଦି ଗ୍ୟାରେଣ୍ଟି ଗାଡି ଭାରତବର୍ଷର ଅନେକ ପଞ୍ଚାୟତରେ ପହଞ୍ଚିଲାଣି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର, ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୨୦୨୯ ପର୍ଯ୍ୟନ୍ତ ମାଗଣା ଚାଉଳ, ସୌଭାଗ୍ୟ ଯୋଜନାରେ ପ୍ରତି ଘରକୁ ବିଜୁଳି, ଜନଧନ ଜରିଆରେ ବ୍ୟାଙ୍କ ଖାତାକୁ ଟଙ୍କା ଦେବାର ଗ୍ୟାରେଣ୍ଟି ମୋଦି ଦେଇଛନ୍ତି । ସମସ୍ତ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନାଗୁଡ଼ିକୁ ଉପଲବ୍ଧ କରାଇବା ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରୟାସ ରହିଛି ।

ସମସ୍ତଙ୍କୁ ସାଙ୍ଗରେ ନେଇ ସମସ୍ତ ବର୍ଗର ଲୋକଙ୍କୁ ସ୍ୱାବଲମ୍ବୀ କରିବା ସହ ସ୍ୱାଭିମାନ ସହକାରେ ବଞ୍ଚିବାର ସ୍ୱପ୍ନକୁ ସାକାର କରିବା । ଏହାସହ କେନ୍ଦ୍ରମନ୍ତ୍ରୀ ଲୋକମାନଙ୍କୁ ନମୋ ଆପ୍, ମାଇ ଭାରତ ସଂଗଠନରେ ଯୋଡିହେବା ପାଇଁ ଧର୍ମେନ୍ଦ୍ର ପ୍ରଧାନ ଆହ୍ୱାନ କରିଥିଲେ । ସେହିପରି ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ସମବେତ ଜନତାଙ୍କୁ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ କରିବା ପାଇଁ ସଂକଳ୍ପ କରାଇଥିଲେ । ମୋଦି ସରକାରଙ୍କ ଦ୍ୱାରା ବିଭିନ୍ନ ଯୋଜନାର ଲାଭାର୍ଥୀଙ୍କୁ ଭେଟି ଆଲୋଚନା କରିଥିଲେ ।

Leave A Reply

Your email address will not be published.