ଆମନ୍ତ୍ରିତ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଛତ୍ରପୁରଠାରେ ସ୍ୱାଗତ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପବିତ୍ର ୭୬ତମ ସ୍ୱାଧୀନତା ଦିବସ ସମାରୋହରେ ବିଜ୍ଞାନ ଏବଂ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଅଭିବାଦନ ଗ୍ରହଣ କରିବେ । ଏହାର ଅବ୍ୟବହିତ ପୂର୍ବରୁ ଅର୍ଥାତ ମନ୍ତ୍ରୀଙ୍କୁ ରବିବାର ଛତ୍ରପୁର ଅତିଥୀ ଭବନରେ ଭେଟି ବହୁ ନେତୃବର୍ଗ ଯୋଗଦେଇ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି । ଛତ୍ରପୁର ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ଛତ୍ରପୁର ବିଜେଡି ବ୍ଲକ ସଭାପତି ପ୍ରବାସୀ ପ୍ରଧାନ, ଛତ୍ରପୁର ନଗର ବିଜେଡି ସଭାପତି ବି. ରାଜୁବାବୁ, ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି. ପାପା ରାଓ, ୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ର, ଛତ୍ରପୁର ବିଜୁ ଆଇନ ସାମ୍ମୁଖ୍ୟର ସଭାପତି ସୁରେଶ କୁମାର ପଣ୍ଡା, ସମ୍ପାଦକ ଏଲ. ଗୋପାଳ ରାଓ, ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ସରକାରୀ ଓକିଲ ଭୈରବୀ କୁମାର ପଟ୍ଟନାୟକ, ଡମିନାଥ ସାହୁ, ପ୍ରଦୀପ ପାତ୍ର, ଯୁବ ବିଜେଡି ବ୍ଲକ ସଭାପତି କାଳିଆ ନାହାକ, ୧୯ ନଂ ଜିଲ୍ଲା ପରିଷଦ ସଭ୍ୟା ରଶ୍ମିତା ନାହାକ, ଜିଲ୍ଲା ପରିଷଦ ସଭ୍ୟ ସନାତନ ବେହେରା, ପୂର୍ବତନ ଗଞ୍ଜାମ ବ୍ଲକ ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ଜିଲ୍ଲା ଉପସଭାପତି ସୁରଥ ପ୍ରଧାନ, ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଗଞ୍ଜାମ ବ୍ଲକ ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବେହେରା, ଶ୍ରୀରାମଚନ୍ଦ୍ରପୁର ସମିତି ସଭ୍ୟ ଏସ୍‌. ଚକ୍ରପାଣି ରେଡ୍ଡୀ, ପୂର୍ବତନ ସମିତି ସଭ୍ୟ ଜୟଦେବ ଲେଙ୍କା, ସୁରେଶ ଦାଶ, ଯୁବନେତା କିଶୋର ବେହେରା, ଗଗନ ସ୍ୱାଇଁ, ଆର୍ଯ୍ୟପଲ୍ଲୀ ସରପଞ୍ଚ ତ୍ରିଲୋଚନ ବେହେରା, ପୂର୍ବତନ ଛତ୍ରପୁର ବ୍ଲକ ବିଜେଡି ଉପପସଭାପତି ଏମ. ଗୁମାଲୀଙ୍କ ସମେତ ନିର୍ବାଚନ ମଣ୍ଡଳୀର ବହୁ ଛାମୁଆ ନେତା ଓ କର୍ମୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

6 + 14 =