ମହାବୀର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ସ୍ଥିତ ମହାବୀର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନେ ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ହାଉସିଂ ବୋର୍ଡ ଚେୟାରମେନ କଳିକେଶ ନାରାୟଣ ସିଂହଦେଓ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥି ଭାବରେ ସୁଶୀଳ ଚାନ୍ଦ, ଶାନ୍ତନୁ କୁମାର ଭୋଇ, ପ୍ରତିଷ୍ଠାତା ଜପବନ୍ଧୁ କମ୍ପ ଯୋଗଦେଇଥିଲେ । ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ବିଜୟ କୁମାର ହୋତାଙ୍କ ସଭାପତିତ୍ୱରେ ହୋଇଥିବା କାର୍ଯ୍ୟକ୍ରମରେ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକାମାନେ ଯୋଗଦେଇଥିଲେ । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଶେଷରେ ଅଧ୍ୟାପକ ରାମଚନ୍ଦ୍ର ବିଶ୍ଵାଳ ଧନ୍ୟବାଦ ଦେଇଥିଲେ ।

Leave A Reply

Your email address will not be published.