csstore

ପାଇକମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମ୍ବର୍ଦ୍ଧନା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ(ଟିଓୟୁପି) ଠାରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁ ସଭାପତିତ୍ଵ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୂଡାମଣି ବାରିକ, ସମ୍ମାନିତ ଅତିଥି ଭାବେ ମହାଦେବ ବେହେରା, ପ୍ରଫୁଲ୍ଲ ପାଣିଗ୍ରାହୀ, ଡୋଲାମଣି ମାହାର, ପୁନୀତରାମ ସୋନି ଯୋଗଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅବିଭାବକ ଅବିଭାବିକା ଶିକ୍ଷୟିତ୍ରୀ ସୋନାଲୀ ମହାଲିକ, ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ଗତବର୍ଷର ଏନ୍‌ଏମ୍‌ଏମ୍‌ଏସ୍‌ ପରୀକ୍ଷାରେ ବିଦ୍ୟାଳୟର ଦୁଇ ଜଣ ଛାତ୍ରଛାତ୍ରୀ ବବିତା ଧରୁଆ ଓ ପ୍ରମୋଦ ବରିହା କୃତକାର୍ଯ୍ୟ ହୋଇଥିବାରୁ ସେମାନଙ୍କୁ ବିଦ୍ୟାଳୟ ତଥା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କରକମଳରେ ସମ୍ବର୍ଦ୍ଧନା କରାଯାଇଥିଲା । ଶେଷରେ ବିଦ୍ୟାଳୟ ସହକାରୀ ଶିକ୍ଷୟିତ୍ରୀ ଦୀପାଞ୍ଜଳି ବରିହା ଧନ୍ୟବାଦ ଦେଇଥିଲେ ।

jayashree
Leave A Reply

Your email address will not be published.