jayashree

ଶିକ୍ଷକ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ମ. ରାମପୁର, (ପି. କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକର ଡି. କର୍ଲାଖୁଣ୍ଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବରିଷ୍ଠ ଶିକ୍ଷକ ରାଜୀବ ପୂଝାରୀ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୂର୍ଯ୍ୟକାନ୍ତ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନେକ ଶିକ୍ଷକ, ଛାତ୍ରଛାତ୍ରୀ, ପୂର୍ବତନ ଛାତ୍ର ଏବଂ ସ୍ଥାନୀୟ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦେଇଥିଲେ । ଅତିଥିମାନେ ଶ୍ରୀ ପୂଝାରୀ ଦୀର୍ଘ ୧୮ବର୍ଷର ଶିକ୍ଷକତା ଜୀବନର ଅବଦାନ ବିଷୟରେ ଆଲୋକପାତ କରିଥିଲେ । ସେ ଜଣେ ନିଷ୍ଠାପର, କର୍ତ୍ତବ୍ୟନିଷ୍ଠା ଓ ଛାତ୍ରବତ୍ସଳ ଶିକ୍ଷକ ଭାବେ ସର୍ବଦା ପରିଚିତ ଥିଲେ । ତାଙ୍କ ଶିକ୍ଷାଦାନ ଦ୍ୱାରା ଅନେକ ଛାତ୍ରଛାତ୍ରୀ ଆଜି ସମାଜରେ ପ୍ରତିଷ୍ଠିତ ହୋଇପାରିଛନ୍ତି । ଏହି ଅବସରରେ ତାଙ୍କୁ ଉପଢୌକନ, ମାନପତ୍ର ଏବଂ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ମାନିତ କରାଯାଇଥିଲା । ନିଜ ବକ୍ତବ୍ୟରେ ଶ୍ରୀ ପୂଝାରୀ ନିଜ ସହକର୍ମୀ, ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ଭଲପାଇବା ପାଇଁ କୃତଜ୍ଞତା ଜଣାଇଥିଲେ । ସେ କହିଥିଲେ ଯେ, ଶିକ୍ଷକତା ଜୀବନ ତାଙ୍କ ପାଇଁ ଏକ ଗର୍ବର ବିଷୟ ଏବଂ ଅବସର ପରେ ମଧ୍ୟ ସେ ସମାଜସେବା କାର୍ଯ୍ୟରେ ନିଜକୁ ନିୟୋଜିତ ରଖିବେ । ଶେଷରେ ସମସ୍ତେ ତାଙ୍କର ସୁସ୍ଥ, ସୁଖମୟ ଓ ଦୀର୍ଘାୟୁ ଅବସର ଜୀବନ କାମନା କରିଥିଲେ । କାର୍ଯ୍ୟକ୍ରମଟି ଧନ୍ୟବାଦ ଅର୍ପଣ ସହ ଶେଷ ହୋଇଥିଲା । ଏଭଳି ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିବାର ମଧ୍ୟରେ ଭାବବିହ୍ୱଳ ପରିବେଶ ସୃଷ୍ଟି କରିଥିଲା ।

Leave A Reply

Your email address will not be published.