
ତୁଷୁରା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପବିତ୍ର ଗୁରୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଆଞ୍ଚଳିକ ସାଧନ ସଂଯୋଜକ ଜଗମୋହନ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗୁରୁର ଗାରିମା ସମ୍ପର୍କରେ ଆଲୋକପାତ କରିଥିଲେ । ସମ୍ମାନିତ ଅତିଥି ଭାବେ ଆଲୁମିନି ସଦସ୍ୟ ଜଗଦୀଶ ପ୍ରସାଦ କେଡିଆ ଓ ରାଧାରମଣ କେଡିଆ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀ ତ୍ରିପାଠୀ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନରସିଂହ ଛତ୍ରିଆ ଓ ପ୍ରମୋଦ କୁମାର ସାଙ୍କୁ ମାନପତ୍ର, ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତରଫରୁ ଶିଶୁମାନଙ୍କ ପାଇଁ ତିଥି ଭୋଜନ ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମକୁ ବିନ୍ଦୁ ମାହାଣା ସଞ୍ଚାଳନ କରିଥିବା ବେଳେ ପ୍ରଶାନ୍ତି ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ରଞ୍ଜିତା ନାଗ ଓ ଆକାଂକ୍ଷା ରାଣୀ ଯୋଶୀ ମାନପତ୍ର ପାଠ କରିଥିଲେ ।