ଅବସରକାଳୀନ ସମ୍ବର୍ଦ୍ଧନା ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାକ୍ସିିମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର କଳା ଶିକ୍ଷକ ସନ୍ତୋଷ ସାହୁଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଶିକ୍ଷା କର୍ମଚାରୀ, ଓଷ୍ଟା ରାଜ୍ୟ ସଭାପତି ବିନୋଦ ବିହାରୀ ପାଣିଗ୍ରାହୀ ତଥା ଛାତ୍ରଛାତ୍ରୀମାନେ ଶ୍ରୀ ସାହୁଙ୍କୁ ଉତ୍ତରୀୟ, ମାନପତ୍ର ଓ ପୁଷ୍ପଗୁଚ୍ଛ ପ୍ରଦାନ କରିବା ସହ ତାଙ୍କର ବିଭିନ୍ନ କାର୍ଯ୍ୟଗୁଡିକୁ ଭୂୟସୀ ପ୍ରଶଂସା କରିଥିଲେ । ଶ୍ରୀ ସାହୁଙ୍କ ଅବସର ପରବର୍ତ୍ତୀ ସମୟ ମଙ୍ଗଳମୟ ହେଉ ବୋଲି ସମସ୍ତେ ଶୁଭେଚ୍ଛା ଜଣାଇଥିଲେ । ଏହି ସମ୍ବର୍ଦ୍ଧନା ସଭାରେ ବିଦ୍ୟାଳୟର ପରିଚାଳନା କମିଟି, ପୁରାତନ ଛାତ୍ରଛାତ୍ରୀ ଓ ଗ୍ରାମବାସୀ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷକ ମାଧବ ପଧାନ ପରିଚାଳନା କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଶିକ୍ଷୟିତ୍ରୀ ମାମୀ ପ୍ରଧାନ ।

Leave A Reply

Your email address will not be published.

20 + seven =