csstore

କୃତି ଛାତ୍ର ସମ୍ବର୍ଦ୍ଧିତ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ନଅଗାଁ (ଖ) ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଶେଖର ବିଶ୍ୱାଳଙ୍କୁ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଅବସରରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନବ ନିର୍ବାଚିତ ସରପଞ୍ଚ ବୃନ୍ଦାବନ ସେଠ ଓ ସମ୍ମାନିତ ଅତିଥି ଭାବେ ସମିତି ସଭ୍ୟ ଦେବଦତ୍ତ ଦଣ୍ଡସେନା, ପଲ୍ଲୀ ଆଲୋକ ପାଠାଗାରର ସମ୍ପାଦକ ପ୍ରଶାନ୍ତ ନାୟକ, ପ୍ରଧାନଶିକ୍ଷକ କୁଳମଣି ଛତ୍ରିଆ, ବିଦ୍ୟାଳୟ ପରିଚାଳନା କମିଟି ଅଧକ୍ଷ ଡାକ୍ତର ମେହେର ତଥା ଅଭିଭାବକ ଗଣ ଉପସ୍ଥିତ ରହି କୃତି ଛାତ୍ରଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ପୁରସ୍କୃତ କରିଥିଲେ ।

jayashree
Leave A Reply

Your email address will not be published.