ପ୍ରେରଣା ଗ୍ରୀନ ଆର୍ମି ପକ୍ଷରୁ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବରେ ସାମ୍ବାଦିକ ସତ୍ୟ ସୁନ୍ଦର ଭଞ୍ଜ ସମ୍ବର୍ଦ୍ଧିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗୀତାଗୋବିନ୍ଦ ସଦନରେ ପ୍ରେରଣା ଗ୍ରୀନ ଆର୍ମି ପକ୍ଷରୁ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର କମାଣ୍ଡାଣ୍ଟ ଇନ୍‌ ଚିଫ୍‌ ଡ. ଦିଲିପ ଶ୍ରୀଚନ୍ଦନଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସମ୍ବାଦର ସମ୍ପାଦକ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗ୍ରୀନ ଆର୍ମିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଉତ୍ସବରେ ବରିଷ୍ଠ ସାମ୍ବାଦିକ ସତ୍ୟ ସୁନ୍ଦର ଭଞ୍ଜଙ୍କୁ ଗ୍ରୀନ ଆର୍ମି ଭାବେ ସମ୍ବଦ୍ଧିତ କରାଯାଇଥିଲା । ରାଜ୍ୟକୁ ସବୁଜ ବଳୟରେ ଆଚ୍ଛାଦିତ କରି ବୃକ୍ଷ ରୋପଣ କରିବାକୁ ଅତିଥିମାନେ ମତବ୍ୟକ୍ତ କରିଥିଲେ । ସମ୍ବର୍ଦ୍ଧନାର ଉତ୍ତରରେ ସାମ୍ବାଦିକ ଶ୍ରୀ ଭଞ୍ଜ କହିଲେ ଯେ, ଏହି ସମ୍ବର୍ଦ୍ଧନା ତାଙ୍କୁ ବୃକ୍ଷ ରୋପଣ କରି ରାଜ୍ୟକୁ ସବୁଜ ସୁନ୍ଦର କରିବା ପାଇଁ ପ୍ରେରିତ କରିବ । ଅନୁଷ୍ଠାନର ଏପରି ମହତ୍ୱାକାଂକ୍ଷୀ ଲକ୍ଷ୍ୟକୁ ସେ ସାଧୁବାଦ ଜଣାଇବା ସହିତ ଯୁବ ପିଢିମାନଙ୍କୁ ବୃକ୍ଷ ରୋପଣ ସହ ବନ୍ୟପ୍ରାଣୀଙ୍କ ସୁରକ୍ଷା ଦଗରେ କାମ କରିବାକୁ ଆହ୍ୱାନ ଦେଇଥିଲେ । ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସମ୍ମାନୀତ ଅତିଥି ଭାବେ ଓଡିଶା ମୋ ପରିବାରର ଆବାହକ ଅରୂପ ପଟ୍ଟନାୟକ, ଚାଟାର୍ଡ ଆକାଉଣ୍ଟାଣ୍ଟ ସଞ୍ଜୟ ବେଉରା, ରୋଟାରୀ ଗଭର୍ଣ୍ଣର ଯଜ୍ଞାଶିଷ ମହାପାତ୍ର, ପ୍ରକାଶ ଶ୍ରୀଚନ୍ଦନ ପ୍ରମୁଖ ମଞ୍ଚାସୀନ ଥିଲେ ।

Leave A Reply

Your email address will not be published.