
ବଲାଙ୍ଗିର, (କେପିଏନ୍ଏସ୍) : ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲ ସ୍ଥିତ ଅଡିଟରୀୟମ ଠାରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ୨୦୨୬ ମସିହା ପରୀକ୍ଷାରେ ଏ୧ ଗ୍ରେଡ୍ ହାସଲ କରିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଓ ଜିଲ୍ଲା ଶିକ୍ଷାଧିକାରୀ ସୁଧାଂଶୁ ଶେଖର ମିଶ୍ର ଉପସ୍ଥିତ ରହି କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଦେଇଥିବା ସୂଚନା ରହିଛି । ଏଏଚ୍ଏସ୍ସି ଓ ସିବିଏସଇ ପରୀକ୍ଷା ୨୦୨୬ରେ ଯେଉଁ ଛାତ୍ରଛାତ୍ରୀମାନେ ଏ୧ ଗ୍ରେଡ୍ ହାସଲ କରିଛନ୍ତି ତାଙ୍କୁ ଆଜି ମାନପତ୍ର ଓ ଟ୍ରଫି ଦେଇ ଉପମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିବା ଦେଖିବାକୁ ମିଳିଛି ।
