- ଡାୟାଲିସିସ୍ ରୋଗୀଙ୍କୁ ଚିକିତ୍ସା ପାଇଁ ବାହାରକୁ ଯିବାକୁ ପଡିବ ନାହିଁ, ବହୁଳ ଖର୍ଚ୍ଚାନ୍ତରୁ ବଞ୍ଚିତ ହେବେ
- ରେଢାଖୋଲ ଓ ଆଖପାଖ ଅଞ୍ଚଳର ପ୍ରାୟ ୪ ଲକ୍ଷ ଲୋକମାନେ ହେବେ ଉପକୃତ
- ମୋଦୀ ସରକାରରେ ସରକାରୀ ବ୍ୟବସ୍ଥାରେ ଡାୟାଲିସିସ୍ ଚିକିତ୍ସା ସେବା ବ୍ୟାପକ ହୋଇଛି
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କୁ ଧନ୍ୟବାଦ ଦେଲେ
ରେଢାଖୋଲ, (ପିଆଇବି) : ସମ୍ବଲପୁର ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟରେ ମଙ୍ଗଳବାର କେନ୍ଦ୍ର ଶିକ୍ଷା ଧର୍ମେନ୍ଦ୍ର ପ୍ରଧାନଙ୍କ କରକମଳରେ ‘ନିଶୁଳ୍କ ଡାୟାଲିସିସ୍ ସେବା’ ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଶ୍ରୀ ପ୍ରଧାନ କହିଛନ୍ତି, ପୂର୍ବରୁ ଦେଶରେ ବିଭିନ୍ନ ରାଜ୍ୟର ରାଜଧାନୀ ବା ବଡ ବଡ ସହରରେ ଡାୟାଲିସିସ୍ ସେଣ୍ଟରର ବ୍ୟବସ୍ଥା ଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି କାରଣରୁ ଓଡ଼ିଶା ସମେତ ସମଗ୍ର ଭାରତବର୍ଷରେ ସରକାରୀ ବ୍ୟବସ୍ଥାରେ ଡାୟାଲିସିସ୍ ସେଣ୍ଟର ଖୋଲାଯିବା ସହ ମାଗଣାରେ ଏହି ଚିକିତ୍ସା ସେବା ଯୋଗାଇଦେବାର ବ୍ୟବସ୍ଥା କରାଯାଉଛି । ଏଣିକି ରେଢାଖୋଲ ଉପଖଣ୍ଡ ଚିକିତ୍ସାଳୟରେ ଡାୟାଲିସିସ୍ ସେଣ୍ଟର୍ ଉପଲବ୍ଧ ଦ୍ୱାରା ଏହି ସମ୍ବନ୍ଧୀୟ ରୋଗୀଙ୍କୁ ଆଉ ଦୂରଦୂରାନ୍ତର ଯାତ୍ରା କରିବାକୁ ପଡ଼ିବ ନାହିଁ । ଏହି ଠାରେ ହିଁ ମାଗଣାରେ କିଡ଼ନୀ ରୋଗର ଚିକିତ୍ସା ସେବା ପାଇବା ସହ ସେମାନେ ବହୁଳ ଖର୍ଚ୍ଚରୁ ବଞ୍ଚିତ ହୋଇପାରିବେ । ଆଜିର ପଦକ୍ଷେପ ଦ୍ୱାରା ସ୍ଥାନୀୟ ଓ ଆଖପାଖ ଅଞ୍ଚଳର ପ୍ରାୟ ୪ ଲକ୍ଷ ଲୋକମାନେ ଉପକୃତ ହେବେ । ଦେଶରେ ଡାୟାଲିସିସ ଚିକିତ୍ସା ସୁବିଧାକୁ ବ୍ୟାପକ କରିବା ସହ ରେଢାଖୋଲ ଉପଖଣ୍ଡ ଚିକିତ୍ସାଳୟରେ ବ୍ୟବସ୍ଥା କରିଥିବାରୁ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି । ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ରାଜ୍ୟ ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ ରବିନାରାୟଣ ନାୟକ, ଓଡ଼ିଶା ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ରେଢାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।