ଆସୁଛି ବଡ ବର୍ଷା : ୨୫ରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ : ଆଜି ଲଘୁଚାପ, ୨୪ରେ ହେବ ଅବପାତ । ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ପରେ ୨୪ ତାରିଖ ସକାଳେ ଅବପାତର ରୂପ ନେବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ଅବପାତର ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠୁ ସମୁଦ୍ର ଅଶାନ୍ତ ରହିବ । ୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୪ ଓ ୨୫ରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ । ସମ୍ଭାବ୍ୟ ଲଘୁଚାପ ଓ ଅବପାତ ପ୍ରଭାବରେ ଦକ୍ଷିଣ ବଙ୍ଗୋପସାଗରରେ ପବନର ବେଗ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ଓ ବଢ଼ି ୫୫ କିଲୋମିଟର ଛୁଇଁପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave A Reply

Your email address will not be published.