om academy

ଆସନ୍ତା ୨୬ରେ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା

jsm

ଭୁବନେଶ୍ଵର : ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏନେଇ ସୋସିଆଲ୍‌ ମିଡିଆ ପ୍ଲାଟ୍‌ଫର୍ମ ଏକ୍ସ ଜରିଆରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ମଧ୍ୟ ସୂଚନା ଦେଇଛନ୍ତି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହୋଇଛି । ୨୪ ତାରିଖ ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ୨୫ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ରରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.