ls

ରାଜ୍ୟରେ ଆହୁରି ୩ଦିନ ବର୍ଷା ସମ୍ଭାବନା

sb

ଭୁବନେଶ୍ୱର : ରାଜ୍ୟରେ ଆହୁରି ତିନି ଦିନ ବର୍ଷା ସମ୍ଭାବନା । ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିପରି ୨୮ ତାରିଖ ପର୍ଯ୍ୟନ୍ତ ପାଗ କୋହଲା ରହିବ । ଆସନ୍ତା ୪ ଦିନ ଯାଏଁ ତାପମାତ୍ରା ମଧ୍ୟ କମ୍ ରହିବ । ରବିବାର ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବର୍ଷା ଯୋଗୁ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା କମିଛି । ମାଲକାନଗିରିରେ ଦିନ ତାପମାତ୍ରା ସର୍ବାଧିକ ୩୫.୨ ଡିଗ୍ରୀ ରହିଥିବା ବେଳେ ରାୟଗଡ଼ାରେ ୩୪.୪ ଓ ପାରଳାଖେମୁଣ୍ଡିରେ ୩୪.୨ ରହିଛି ।

pc pk
Leave A Reply

Your email address will not be published.