ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ହେବାର ନାହିଁ । ଆଗାମୀ ୫ ଦିନ ରାଜ୍ୟର କାଁ ଭାଁ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଆଗାମୀ ୨୪ ଘଣ୍ଟାରେ କେଉଁଝର, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ ଭଦ୍ରକରେ ଗୋଟେ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ଏହା ସହ ଉତ୍ତର ଓ ଦକ୍ଷିଣ ଉପକୂଳ ଅଞ୍ଚଳରେ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ପବନର ବେଗ ୩୦ରୁ ୪୦ କିମି ଘଣ୍ଟା ପ୍ରତି ରହିବ । ଏଭଳି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି

Leave A Reply

Your email address will not be published.

5 − four =