oom

ବଲାଙ୍ଗିର ଠାରେ ସମ୍ବିଧାନ ଦିବସ ପାଳିତ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିରଠାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଉପଲକ୍ଷେ ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ସମ୍ବିଧାନ ପ୍ରଣେତା ଡ଼ ବି. ଆର୍. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ବଲାଙ୍ଗିର ପୌର ପରିଷଦର ନିର୍ବାହୀ ଅଧିକାରୀ ସାମୀ ରେଡ୍ଡୀ ଜୟଶ୍ରୀ ପ୍ରମୁଖ ଯୋଗଦେଇ ଡ଼ ବି. ଆର୍. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପରେ ଏହି ଦିବସ ପାଳନ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଭାରତର ସମ୍ବିଧାନ ପ୍ରସ୍ତାବନା ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ମହେନ୍ଦ୍ର କୁମାର ମହାପାତ୍ର ଉପସ୍ଥିତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଭାରତର ସମ୍ବିଧାନ ପ୍ରସ୍ତାବନା ପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣ, ଡେପୁଟି କଲେକ୍ଟର ରୀନା ନାଏକ, ଦିବାକର ବାଗ, ଈପ୍ସିତା ପାତ୍ର, ସହକାରୀ ଜିଲ୍ଲାପାଳ ଦିଲୀପ କୁମାର ମାଝୀ, ଆଦିତ୍ୟ ପ୍ରସାଦ ଦଳବେହେରା, ଭାରପ୍ରାପ୍ତ କ୍ରିଡା ଅଧିକାରୀ ପାରାଶର ବାଗଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର ବିଭିନ୍ନ ବିଭାଗର କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

jittmm
Leave A Reply

Your email address will not be published.