ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ସମ୍ବିଧାନ ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ଆଜି ଅଗ୍ରଗାମୀ ଯୁବକ ସଂଘର ପାଠାଗାର ପରିସରରେ ସମ୍ବିଧାନ ଦିବସ ପାଳନ କରାଯାଇଥିଲା । ରମେଶ ମହାପାତ୍ରଙ୍କ ସଭାପତିତ୍ୱ ଅନୁଷ୍ଠିତ ସଭାରେ ମଞ୍ଚର ଆବାହକ ପବିତ୍ର ଦେହେରୀ, ସମାଜସେବୀ ଶିବାନନ୍ଦ ମଟାରୀ, ମେରିୟମ ବାର୍ଲା, ବାପୁଜୀ ସ୍ଵତନ୍ତ୍ର ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ସାହୁ, ଆଇନଜୀବୀ ରମେଶ ପତି ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ପ୍ରାରମ୍ଭରେ ସମ୍ବିଧାନ ପ୍ରଣେତା ବାବା ସାହେବ ଡଃ ଭୀମ ରାଓ ଆମ୍ବେଦକରଙ୍କ ଫଟୋଚିତ୍ରରେ ଅତିଥି ମାନେ ପୁଷ୍ପ ମାଲ୍ୟା ଅର୍ପଣ କରିଥିଲେ ।

Leave A Reply

Your email address will not be published.