ମାଧବପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଶିକ୍ଷକ ଓ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ

ଗୁରୁଡିଝାଟିଆ : ମାଧବପୁରସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଶିକ୍ଷକ-ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମଙ୍ଗଳ ଅଧିକାରୀ ମଧୁସ୍ମୀତା ମହାପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅଧ୍ୟୟନରତ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ଓ ସୁରକ୍ଷା ସଂପର୍କରେ ଆଲୋକପାତ କରିଥିଲେ । ବ୍ରହ୍ମପୁର ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ର ରାଷ୍ଟ୍ରୀୟ ବାଲ ସୁରକ୍ଷା କାର୍ଯ୍ୟକ୍ରମର ଆୟୁଷ ଚିକିତ୍ସକ ଡାକ୍ତର ଦୀପକ ରାଜ ରକ୍ତହୀନତା ଓ ବାଲ୍ୟ ବିବାହର ଅପକାରିତା ସଂପର୍କରେ ଉପସ୍ଥିତ ଅଭିଭାବକ ମାନଙ୍କୁ ବୁଝାଇଥିଲେ । ଆଠଗଡ ବ୍ଲକ ଉପାଧ୍ୟକ୍ଷ ସୁବାସ ଚନ୍ଦ୍ର ମଲ୍ଲିକ, ମହାକାଳବସ୍ତ ସରପଞ୍ଚଙ୍କ ପ୍ରତିନିଧି ଅଶୋକ କୁମାର ରାଉଳ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ । ଉପସ୍ଥିତ ସମସ୍ତ ଅତିଥି, ଅଭିଭାବକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସବିତା ଘଡେଇ ବିବରଣୀ ପାଠ କରିଥିବା ବେଳେ ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ୱେତପଦ୍ମା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.