ସର୍ଗିବାହାଲ ଶିଶୁ ମନ୍ଦିରରେ ମାତୃ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ଶିଶୁ ମନ୍ଦିରଠାରେ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଶିଶୁ ପ୍ରାରମ୍ଭଠାରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଶିଶୁମାନଙ୍କ ଅଭିଭାବିକାମାନେ ଅଂଶ ଗ୍ରହଣ କରିଥିଲେ । ଏହି ଅବସରରେ ପ୍ରବଚିକା ଶ୍ରୀମତୀ ସ୍ନେହଲତା ସାହୁ ମୁଖ୍ୟ ଅତିଥି ରୂପେ ଦୀପ ପ୍ରଜ୍ୱଳନ କରିଥିଲେ । ଅବସରପ୍ରାପ୍ତ ଶିକ୍ଷକ ଦାଉଦ୍ କୁଅଁର ମୁଖ୍ୟବକ୍ତା ଭାବରେ ଉପସ୍ଥିତ ଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ପ୍ରମୋଦ କୁମାର ସାହୁ ପରିଚୟ ପ୍ରଦାନ କରିଥିବା ବେଳେ ସମ୍ପାଦକ ପ୍ରହଲ୍ଲାଦ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ । ଶ୍ରୀ କୁଅଁର ଶିଶୁ ଜୀବନରେ ମାଆମାନଙ୍କ ଭୂମିକା ବିଷୟରେ ଅଭିଭାଷଣ ପ୍ରଦାନ କରିଥିଲେ । ପରିଚାଳନା ସମିତି ସଭାପତିଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା । ପରିଚାଳନା ସମିତିର ସମସ୍ତ ସଦସ୍ୟ, ଗୁରୁଜୀ ଗୁରୁମା, ସେବକ, ସେବିକାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।

Leave A Reply

Your email address will not be published.