oom

ଖପ୍ରାଖୋଲରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

jsmm

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ବ୍ଲକ୍‌ସ୍ତରୀୟ କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ମହାପୁରୁଷଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ପରେ ବନ୍ଦେ ଉତ୍କଳଜନନୀ ଗାନ କରାଯାଇ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଟିଭି ଜରିଆରେ ସିଧାପ୍ରସାରଣ ପ୍ରଦର୍ଶିତ ହୋଇଥିଲା । ପରେ ଖପ୍ରାଖୋଲ ବିଡ଼ିଓ ବିଜୟ ହୋତାଙ୍କ ଅଧ୍ୟକ୍ଷତାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ରୂପେ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର ସମ୍ମାନିତ ଅତିଥି ରୂପେ ସହକାରୀ ଯନ୍ତ୍ରୀ କୁଳମଣି ଭୋଇ, ଜିପିଓ ପରମେଶ୍ଵର ନାଏକ ପ୍ରମୁଖ ଯୋଗଦେଇ ଓଡ଼ିଆ ଭାଷା ସମ୍ମିଳନୀ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଓଡିଆ ଭାଷା ଓ ସାହିତ୍ୟ ପାଇଁ କବି ଧରମ ସିଂ ଧରୁଆ ଓ ଅଭୟ ତ୍ରିପାଠୀଙ୍କୁ ବ୍ଲକ୍ ପ୍ରଶାସନ ତରଫରୁ ପୁଷ୍ପଗୁଚ୍ଛ, ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ବିଭିନ୍ନ ସାଂସ୍କୃତିକ ଦଳ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିବା ବେଳେ ସେକ୍ସନ ଅଫିସର ବ୍ରଜବନ୍ଧୁ ଠାକୁର, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପ୍ରତୀକ୍ଷା ସାହୁ ରାମାନନ୍ଦ ବେହେରା ସମେତ ଏସ୍‌ଏଚ୍‌ଜି ମହିଳା, କଳାକାରମାନେ ଯୋଗ ଦେଇଥିଲେ । ବ୍ଲକର ଅନ୍ୟ ପଞ୍ଚାୟତରେ ମଧ୍ୟ ଏହି କାର୍ଯ୍ୟକ୍ରମ ପାଳିତ ହୋଇଥିବା ଜଣାପଡ଼ିଛି ।

jittmm
Leave A Reply

Your email address will not be published.