pakka

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃ ସମ୍ମିଳନୀ ଅନୁଷ୍ଠିତ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଡଃ ବାଞ୍ଛାନିଧି ପଣ୍ଡା (କ୍ଷେତ୍ରିୟ ବିଦ୍ୱତ ପରିଷଦ ସଭାପତି) ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରି ଶିଶୁର ସର୍ବାଙ୍ଗୀନ ବିକାଶରେ ମାଆମାନଙ୍କର ଭୂମିକା ଉପରେ ମାର୍ଗ ଦର୍ଶନ କରିଥିଲେ । ଶିଶୁ ବୋଧ ଶ୍ରେଣୀର ଭଉଣୀମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରାଯାଇଥିଲା । ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶିଶୁବାଟିକା ପ୍ରମୁଖ ସୁଜାତା ତ୍ରିପାଠୀ ଗୁରୁମା କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ସ୍ଥାନୀୟ ସଭାପତି ପୃଥିରାଜ ସାହୁ ଆଶୀର୍ବଚନ ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୭୫ ଜଣ ମାଆମାନେ ଯୋଗଦାନ କରିଥିଲେ । ପରିଶେଷରେ ସ୍ଥାନୀୟ ସମ୍ପାଦକ ଜନକ ଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।

Leave A Reply

Your email address will not be published.

four × three =