୫ଟି ସଚିବ ଭି.କେ. ପାଣ୍ଡିଆନ୍‌ଙ୍କ ଜଳସେଚନ ପ୍ରକଳ୍ପ ଓ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା

ଭୁବେନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗ ଏବଂ ୫ଟି ସଚିବ ଭି.କେ. ପାଣ୍ଡିଆନ୍‌ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବହୁମୁଖୀ ଜଳସେଚନ ପ୍ରକଳ୍ପ ଓ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି । ସୂଚନାଯୋଗ୍ୟ, ବ୍ରହ୍ମପୁର ନିକଟରେ ଥିବା କୁକୁଡାହାଣ୍ଡି ବ୍ଲକ୍‌ ଅନ୍ତର୍ଗତ ଘଟକେଶ୍ୱର ବହୁମୁଖୀ ପ୍ରକଳ୍ପ ପ୍ରାୟ ୧୭୨.୦୬ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେଉଛି । ପରେ ପରେ ଏହି ଟିମ୍‌ କଙ୍କିଆ ଗ୍ରାମ ପଞ୍ଚାୟତର ପୁରୁଣା ପାଟଣା ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ ପ୍ରକଳ୍ପର କାର୍ଯ୍ୟାନ୍ୱୟନ ଅନୁଧ୍ୟାନ କରିଥିଲେ । ଏହି ଅବସରରେ ଗଞ୍ଜାମ ଜିଲ୍ଲାର ୫୫୦ ଟି ମାଧ୍ୟମିକବିଦ୍ୟାଳୟ ନିମନ୍ତେ ଏକ ଅଭିନବ ସୌର-ଶକ୍ତି ପ୍ରକଳ୍ପର ଶୁଭାରମ୍ଭ କରାଯାଇଥିଲା । ପୁରୁଣା ପାଟଣା ଉଚ୍ଚବିଦ୍ୟାଳୟରେ ଏହି ପ୍ରକଳ୍ପକୁ ମୁଖ୍ୟ ଶାସନ ସଚିବ ଉଦ୍‌ଘାଟନ କରିଥିଲେ । ଏହି ପ୍ରକଳ୍ପକୁ ଯୁଦ୍ଧକାଳୀନ ଭିତ୍ତିରେ ୫୫୦ଟି ବିଦ୍ୟାଳୟରେ ଶିଘ୍ର କାର୍ଯ୍ୟକାରୀ କରାଯିବ ।

Leave A Reply

Your email address will not be published.