ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ ୫-ଟି ସଚିବ ଭି.କେ. ପାଣ୍ଡିଆନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତକାଲି ପ୍ରତ୍ୟୁଷରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି । ପ୍ରଥମେ ଶ୍ରୀ ପାଣ୍ଡିଆନ ଶ୍ରୀସେତୁ ପ୍ରକଳ୍ପ ଅଗ୍ରଗତି ବୁଲି ଦେଖିଥିଲେ । କାର୍ଯ୍ୟର ଅଗ୍ରଗତିରେ ସେ ସନ୍ତୋଷ ପ୍ରକାଶ କରିଥିଲେ ।

ଶ୍ରୀ ପାଣ୍ଡିଆନ ବାଶେଳୀ ସାହିରେ ୧୦ ଏକର ଜମିରେ ନିର୍ମାଣାଧୀନ ଧର୍ମଶାଳା କାମ ବୁଲି ଦେଖିଥିଲେ । ଏଥିରେ ୪ ହଜାର ଲୋକ ରହିବା ବ୍ୟବସ୍ଥା କରାଯାଉଛି । ସମଙ୍ଗ ଠାରେ ୪୩ ଏକର ଜମିରେ ନିର୍ମିତ ହେଉଥିବା କାର୍ ଓ ବସ୍ ପାର୍କିଙ୍ଗ କାର୍ଯ୍ୟ ମଧ୍ୟ ଶ୍ରୀ ପାଣ୍ଡିଆନ ବୁଲି ଦେଖିଥିଲେ । ରଥଯାତ୍ରା ପୂର୍ବରୁ କାମ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.