oom

ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ୟ୍ୟକ୍ରମର ସମୀକ୍ଷା

jsmm

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ କାର୍ୟ୍ୟକାରୀ କରାଯାଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ୟ୍ୟକ୍ରମର ଏକ ସମୀକ୍ଷା ବୈଠକ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଅଧ୍ୟକ୍ଷତାରେ ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ତଥା ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଶାସକ ମିର୍ଦ୍ଧା ଟପ୍ପୋ ଯୋଗଦାନ କରି ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ କାର୍ୟ୍ୟକାରୀ କରା ଯାଉଥିବା ବିଭିନ୍ନ ଯୋଜନା ଉପରେ ଆଲୋଚନା କରିବା ସହିତ ସମସ୍ତ ଯୋଜନା ଯେପରି ଉପଯୁକ୍ତ ହିତାଧିକାରୀ ମାନଙ୍କ ପାଖରେ ପହଞ୍ଚି ପାରିବ ତା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହି ବୈଠକରେ ପଦ୍ମପୁର ଉପ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦାନ କରି ପଦ୍ମପୁର ସହରାଞ୍ଚଳକୁ ଏକ ବିକଶିତ ସହରରେ ପରିଣତ କରିବା ପାଇଁ ଏକ ଯୋଜନା ପ୍ରସ୍ତୁତ କରି ନିର୍ଦ୍ଦିଷ୍ଟ ସମୟ ସୀମା ଭିତରେ ପ୍ରତିଟି କାର୍ୟ୍ୟ ଶେଷ କରିବା ପାଇଁ ପରାମର୍ଶ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସମୀକ୍ଷା ବୈଠକରେ ପରିଷଦ କାର୍ୟ୍ୟ ନିର୍ବାହୀ ଅଧିକାରୀ ଜୟନ୍ତ କୁମାର ସାହୁ, ମ୍ୟୁନିସିପାଲ କନିଷ୍ଠ ଯନ୍ତ୍ରୀ, ରାଜ ବୋଡାସମ୍ବର ସହକାରୀ କାର୍ୟ୍ୟ ନିର୍ବାହୀ ଯନ୍ତ୍ରୀ ଟିକେଚାନ କାଲୋ,ଉପଖଣ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ପାଣିଗ୍ରାହୀ, ଏମଆଇ ଚୈତନ୍ୟ ଆଠବଙ୍ଗ ଙ୍କ ସମେତ ବିଜ୍ଞାପିତ ଅଞ୍ଚଳ ପରିଷଦ କର୍ମଚାରୀ, ସୁପରଭାଇଜର,ସ୍ବଚ୍ଛ ସାଥୀ ପ୍ରମୁଖ ଯୋଗଦାନ କରି ଆଲୋଚନା ରେ ଅଂଶଗ୍ରହଣ କରିଥିଲେ । ଶେଷରେ ସିଓ ଚିତ୍ରୋତ୍ପଳା ମେହେର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.