pakka

ଶ୍ରୀପୁରୁଷୋତ୍ତମପୁର ଓ ଜେନାପୁର ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କଲେ ବିଡିଓ

bbehera

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ପଞ୍ଚାୟତ ସମିତି ଅଧିନସ୍ଥ ଶ୍ରୀପୁରୁଷୋତ୍ତମପୁର ଓ ଜେନାପୁର ଗ୍ରାମ ପଞ୍ଚାୟତର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସ୍ଥିତି ଓ ଅଗ୍ରଗତି ଉପରେ ମଣ୍ଡଳ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ଷଡଙ୍ଗୀ ଉଭୟ ପଞ୍ଚାୟତ ପରିଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ । ଆବାସ ଯୋଜନାରେ ହିତାଧିକାରୀଙ୍କୁ ମିଳିଥିବା ଗୃହ ନିର୍ମାଣ, ଅଙ୍ଗନବାଡି କେନ୍ଦ୍ର ଗୃହ, ପାନୀୟ ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରକଳ୍ପ ଓ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ବକେୟା କାର୍ଯ୍ୟ ଶୀଘ୍ର ତ୍ଵରାନୀତ୍ଵ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ବିଡିଓ ଶ୍ରୀ ଷଡଙ୍ଗୀ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଡିଓ ଶ୍ରୀ ଷଡଙ୍ଗୀ ସହିତ ଏବିଡିଓ ପ୍ରଦୀପ୍ତ ନାୟକ, ବିପିସି, ଏପିଓ, ଜେଇଙ୍କ ସମେତ ଉଭୟ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଜିଆର୍‌ଏସ୍‌ମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.

seven + seven =