କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା ଓ ନିର୍ମାଣାଧିନ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା ଓ ନିର୍ମାଣାଧିନ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି । ଚଳିତ ବର୍ଷ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନାରେ ୧୩୫ ନୂଆ ପ୍ରକଳ୍ପ କାର୍ଯ୍ୟକାରୀ ହେବା ନେଇ ଅନୁମୋଦନ ହୋଇଛି ଏବଂ ଅନ୍ୟଗୁଡିକ ବିଚାରାଧୀନ ଅଛି । ୨୦୨୧-୨୨ ରବି ଫସଲ ପାଇଁ କେତେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇଛି ତାହାର ସମୀକ୍ଷା କରିବା ସହ ୨୦୨୨-୨୩ ଖରିଫ କାର୍ଯ୍ୟକ୍ରମ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ । ଏଥିସହିତ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବାକୁ ଶ୍ରୀମତୀ ସାହୁ ଗୁରୁତ୍ଵାରୋପ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.