କଟକ ଗସ୍ତ କରି ଏସସିବି ବଡ଼ ମେଡିକାଲ ସମ୍ପ୍ରସାରଣ କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ

କଟକ : କଟକରେ ୫ଟି ସଚିବ ଭିକେ ପାଣ୍ଡିଆନ । କଟକ ଗସ୍ତ କାଳରେ ସେ ଏସସିବି ସମ୍ପ୍ରସାରଣ ଓ ତାଳଦଣ୍ଡା କେନାଲ କାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳଙ୍କ ସହ ମଧ୍ୟ ଆଲୋଚନା କରିଥିଲେ । ୨୦୨୩ ସୁଦ୍ଧା ଏସସିବି ସମ୍ପ୍ରସାରଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ସହ ଉନ୍ନତମାନର କାମ କରାଯିବା ନେଇ ନିର୍ଦ୍ଦେଶ ଦେଇଛନ୍ତି ୫ଟି ସଚିବ । ଏହାସହ ପାର୍କିଂ ସ୍ଥାନ ଓ କେନାଲ ରୋଡ କାମକୁ ତ୍ୱରାନ୍ୱିତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଗସ୍ତ ସମୟରେ କଟକ ବଡ଼ ମେଡିକାଲର ରାସ୍ତା ସମ୍ପ୍ରସାରଣ ନେଇ ଘୋଷଣା କରିଥିଲେ । ଏଥିସହିତ ତାଳଦଣ୍ଡା କେନାଲର ବାମ ଓ ଡାହାଣ ପାର୍ଶ୍ବରେ ରାସ୍ତାର ସମ୍ପ୍ରସାରଣର ଆବଶ୍ୟକତା ଥିବା କୁହାଯାଇଥିଲା । କଟକ ଜିଲ୍ଲା ବାହାରୁ ଏସସିବିକୁ ଆସୁଥିବା ରୋଗୀଙ୍କ ଯାତ୍ରା ଯୋବ୍ରାରୁ କଟକ ବଡ଼ ମେଡିକାଲ ଯାଏଁ ସୁବିଧାଜନକ କରିବାକୁ ରିଙ୍ଗ ରୋଡକୁ ସମ୍ପ୍ରସାରଣ କରାଯିବାକୁ ସରକାର ନିଷ୍ପତ୍ତି ନେଇଥିଲେ । ଏବେ ଏସବୁ କାମ ଚାଲୁ ରହିଛି ।

Leave A Reply

Your email address will not be published.

error: Content is protected !!