ଭୁବନେଶ୍ୱର, (କେପିଏନ୍ଏସ୍) : ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ ଗତକାଲି ବରମୁଣ୍ଡାରେ ନିର୍ମାଣାଧିନ ଇଣ୍ଟର ଷ୍ଟେଟ୍ ବସ୍ ଟର୍ମିନାଲ କାମର ଅଗ୍ରଗତି ସମୀକ୍ଷା କରିଛନ୍ତି । ଗତକାଲି ଅପରାହ୍ନରେ BDA BBSR ଉପାଧ୍ୟାକ୍ଷ ସଞ୍ଜୟ କୁମାର ସିଂହଙ୍କ ସହ ବରମୁଣ୍ଡା ଯାଇ ଆଇଏସ୍ବିଟି ଓ ବସ୍ ଡିପୋ କାମର ଅଗ୍ରଗତି ସମୀକ୍ଷା କରିଥିଲେ । ମାର୍ଚ୍ଚ ୨୦୨୩ ସୁଦ୍ଧା କାମ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ବସ ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଟର୍ମିନାଲ୍ କାମର ଅଗ୍ରଗତି ସନ୍ତୋଷଜନକ ରହିଛି । ୧୮୦ କୋଟି ଟଙ୍କା ବ୍ୟୟରେ ୧୧.୪୮ ଏକର ଜମି ଉପରେ ନିର୍ମିତ ଆଇଏସ୍ବିଟିରେ ପାର୍କିଙ୍ଗ, ଏଟିଏମ୍, ଫୁଡ୍ କୋର୍ଟ, ରେଷ୍ଟୁରାଣ୍ଟ ଇତ୍ୟାଦିର ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Prev Post
Next Post