pakka

ଖୋର୍ଦ୍ଧା ରୋଡ଼-ବଲାଙ୍ଗିର ରେଳ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ସମୀକ୍ଷା କଲେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ

kalikesh

ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ । ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ଅମାତ କହିଛନ୍ତି ରେଳ ପ୍ରକଳ୍ପ ଲାଇନ ଅଧିକ ତ୍ୱରାନ୍ୱିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଥିବା ୬୮ କିଲୋମିଟର ରେଳ ଲାଇନ ଥିବା ଜମିକୁ ଜଙ୍ଗଲ ଅନୁମଦନ ମିଳିଛି । ଏହି ପ୍ରକଳ୍ପ ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, ଫୁଲବାଣୀ, ଦଶପଲ୍ଲା, ନୟାଗଡ ଏବଂ ଖୋର୍ଦ୍ଧା ଜିଲ୍ଲାକୁ ସଂଯୋଗ କରିବ । ପଶ୍ଚିମ ଓଡିଶା ଏବଂ ଉପକୂଳ ଓଡିଶା ମଧ୍ୟରେ ଆଉ ଏକ ରେଳ ସଂଯାଗ ସ୍ଥାପନ କରିବ । ଜଙ୍ଗଲ ମଞ୍ଜୁରୀ ସହିତ ଅନେକ ସମସ୍ୟା ପାଇଁ ଏହା ବିଳମ୍ବିତ ହୋଇ ଆସୁଛି । ଆବଶ୍ୟକୀୟ ଜମି ହସ୍ତାନ୍ତରିତ କରିବା ପାଇଁ ମନ୍ତ୍ରୀ ଶ୍ରୀ ଅମାତ ନିର୍ଦ୍ଦେଶ ଦେଇଛନ୍ତି । ଏହି ରେଳ ପ୍ରକଳ୍ପ ନିର୍ମାଣ ସମୟରେ ଉପୁଜିଥିବା ଜମି ଅଧିଗ୍ରହଣ ଏବଂ ଅନ୍ୟାନ୍ୟ ପ୍ରସଙ୍ଗ ଗୁଡିକୁ ଶୀଘ୍ର ସମାଧାନ ପାଇଁ ତୃଣମୂଳ ସ୍ତରରେ ବିଭିନ୍ନ ସରକାରୀ ଓ ଅନ୍ୟାନ୍ୟ ସଂସ୍ଥା ଗୁଡିକ ସମନ୍ୱୟ ରକ୍ଷା କରି କାର୍ଯ୍ୟ ଗୁଡିକ କରିବାକୁ ଜିଲ୍ଲା ପ୍ରଶାସନ ଅଧିକାରୀ ଓ ରେଳ ଅଧିକାରୀଙ୍କୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବୈଠକରେ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଜଙ୍ଗଲ ବିଭାଗ୍ୟ ଅଧିକାରୀ ଏବଂ ରେଳ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

ବୌଦ୍ଧ ରୁ ସଞ୍ଜୟ କୁମାର ନନ୍ଦ ଙ୍କ ରିପୋର୍ଟ କ୍ଷ

pp
Leave A Reply

Your email address will not be published.

eighteen − 10 =