oom

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ବଲାଙ୍ଗିର ଗସ୍ତ : ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପରିଦର୍ଶନ ଓ ସମୀକ୍ଷା

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ପ୍ରଥମେ ତୁଷୁରା ଉଡାଜାହାଜ ପଡିଆରେ ପହଞ୍ଚିବା ପରେ ତୁଷୁରା ସ୍ଥିତ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ ପରିଦର୍ଶନ କରିଥିଲେ । ପରେ ସେ ତୁଷୁରା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନରେ ଯାଇ ରୋଗୀ ସେବା ଓ ଅନ୍ୟାନ୍ୟ ଆନୁସାଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ପରେ ସେ ଗୁଡଭେଲା ସ୍ଥିତ ରାହୁଲ ନଦୀ ଉପରେ ନିର୍ମାଣାଧୀନ ଇନ ଷ୍ଟ୍ରିମ ଷ୍ଟୋରେଜ ପ୍ରୋଜେକ୍ଟ ପରିଦର୍ଶନରେ ଯାଇଥିଲେ ଓ ଏହାର ନିର୍ମାଣ ସମ୍ପର୍କରେ ଆଲୋଚନା କରିଥିଲେ । ଏହି ପରିଦର୍ଶନ ସମୟରେ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ରାଜ୍ୟ ଜଳ ସମ୍ପଦ ବିଭାଗ ମୁଖ୍ୟ ଯନ୍ତ୍ରୀ, ଇଞ୍ଜିନିଅର ଇନ ଚିଫ୍‌ଙ୍କ ସମେତ ବିଭାଗର ବରିଷ୍ଠ ଯନ୍ତ୍ରୀ ମାନେ ଉପସ୍ଥିତ ଥିଲେ । ପରେ ସେ ବଲାଙ୍ଗିର ସ୍ମାର୍ଟ ପାର୍କ ପରିଦର୍ଶନ କରିଥିଲେ । ସେଠାରୁ ସେ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଛତାମଖନା ଇନ ଷ୍ଟ୍ରିମ ଷ୍ଟୋରେଜ ପ୍ରୋଜେକ୍ଟ ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ । ପରେ ସେ ଲାଲଟିକିରା ସ୍ଥିତ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ନିର୍ମାଣାଧୀନ ୬୫୦ ଶଯ୍ୟା ବିଶିଷ୍ଠ ତିଚିଙ୍ଗ ହସ୍ପିଟାଲ ଓ ଅନ୍ୟାନ୍ୟ ଭିତ୍ତିଭୂମିର ନିର୍ମାଣ କାର୍ଯ୍ୟର ସ୍ଥିତି ସମ୍ପର୍କରେ ସମୀକ୍ଷା କରିବା ସହ ଜିଲ୍ଲାପାଳ, କାର୍ଯ୍ୟନିର୍ବାହୀ ସଂସ୍ଥା ଏବଂ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଡିନ ତଥା ଅଧ୍ୟକ୍ଷଙ୍କ ସହ ଭିତ୍ତିଭୂମି ସମ୍ପର୍କରେ ଆଲୋଚନା କରିଥିଲେ । ପରେ ଉନ୍ନୟନ କମିଶନର ପାଟଣାଗଡ ଅନ୍ତର୍ଗତ ରାମପାଲି ଅନ୍ଵେଷା ହଷ୍ଟେଲ ପରିଦର୍ଶନ କରିବା ସହ ଛାତ୍ର ଛାତ୍ରୀ ମାନଙ୍କ ସହ ଶୈକ୍ଷିକ ବାତାବରଣ ତଥା ପାଠପଢା ସମ୍ପର୍କରେ ପଚାରି ବୁଝିଥିଲେ । ଛାତ୍ରଛାତ୍ରୀମାନଙ୍କ ସହ କିଛି ସମୟ ଅତିବାହିତ କରି ସେମାନଙ୍କ ସହ ମିଶି ଭୋଜନ କରିଥିଲେ । ସେଠାରୁ ସେ ହରିଶଙ୍କର ଯାଇ ମନ୍ଦିର ପରିଦର୍ଶନ କରିବା ସହ ହରିଶଙ୍କର ପର୍ଯ୍ୟଟନ ସ୍ଥଳୀର ବିକାଶ ନିମନ୍ତେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିଥିଲେ । ସେଠାରୁ ସେ ମିଶନ ଶକ୍ତି ପାନ୍ଥନିବାସ ପରିଦର୍ଶନ କରି ଏହାକୁ ପରିଚାଳନା କରୁଥିବା ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କ ସହ ଆଲୋଚନା କରି ଏହାର ପରିଚାଳନା ସମ୍ପର୍କରେ ପଚାରିବୁଝିବା ସହ ସେମାନେ କରୁଥିବା କାର୍ଯ୍ୟର ପ୍ରଶଂସା କରିଥିଲେ । ପରେ ସେ ବଲାଙ୍ଗିରର ଜୀବନ ରେଖା କୁହାଯାଉଥିବା ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପ ପରିଦର୍ଶନରେ ଆସି ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ସେଠାରେ ଉନ୍ନୟନ କମିଶନରଙ୍କୁ ଡ୍ରୋନ ଓ ଏଲସିଡି ପ୍ରୋଜେକ୍ଟର ମାଧ୍ୟମରେ ସଂପୂର୍ଣ୍ଣ ପ୍ରକଳ୍ପର ବିବରଣୀ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଥିଲା । ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକରଙ୍କ ସମେତ ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ପରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ସ୍ଥାନୀୟ ସର୍କିଟ ହାଉସରେ ପହଞ୍ଚି ସେଠାରେ ବଲାଙ୍ଗିର ଜିଲ୍ଲାରେ ଜଳ ସମ୍ପଦ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ତଥା ନୂତନ ପ୍ରକଳ୍ପ ସମ୍ପର୍କରେ ଜଳ ସମ୍ପଦ ବିଭାଗ ଅଧିନସ୍ଥ ମେଗା ଲିଫ୍ଟ ପ୍ରକଳ୍ପ, ଉଠା ଜଳସେଚନ ପ୍ରକଳ୍ପ, ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପ, କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଅଗ୍ରଗତି ଓ କାର୍ଯ୍ୟକାରିତା ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ । ଏହି ସମୀକ୍ଷା ବୈଠକରେ ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୀବ ଚଡ୍ଡା, ଜିଲ୍ଲାପାଳ ଚଞ୍ଚଳ ରାଣା, ଜଳ ସମ୍ପଦ ବିଭାଗର ଇଞ୍ଜିନିଅର ଇନ୍‌ ଚିଫ୍‌ ଭକ୍ତ ରଞ୍ଜନ ମହାନ୍ତି, ମୁଖ୍ୟ ଯନ୍ତ୍ରୀ ତେଲ ବେସୀନ ସନ୍ତୋଷ କୁମାର ମହାପାତ୍ର, ମୁଖ୍ୟ ଯନ୍ତ୍ରୀ ଯୋଜନା ସାଗର ମହାନ୍ତି, ମୁଖ୍ୟ ଯନ୍ତ୍ରୀ କ୍ଷୁଦ୍ର ଜଳସେଚନ ବସନ୍ତ ରାଉତ, ମୁଖ୍ୟ ଯନ୍ତ୍ରୀ ଡ୍ୟାମ ନିରାପତ୍ତା ଶିବାଶିଷ ପାଢି, ମୁଖ୍ୟ ଯନ୍ତ୍ରୀ ମେଗା ଲିଫ୍ଟ ଚିନ୍ମୟ ରାଉତ, ଓଡିଶା ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ବିଭୁତି ଭୂଷଣ ଦାସଙ୍କ ସମେତ ମେଗା ଲିଫ୍ଟ, ଉଠା ଜଳସେଚନ, ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପ, କ୍ଷୁଦ୍ର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାରର ଅଧିକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.