ଗ୍ରାମ୍ୟଉନ୍ନୟନ ବିଭାଗର ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗ୍ରାମ୍ୟଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବିଭାଗର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ବିଭାଗୀୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଜୁନ ଶେଷ ସୁଦ୍ଧା ପ୍ରଥମ ତ୍ରୈମାସିକ ଅନୁଦାନ ସମ୍ପୂର୍ଣ୍ଣ ବ୍ୟୟ କରିବା ପାଇଁ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଛନ୍ତି । ସମୟ ସୀମା ମଧ୍ୟରେ ରାସ୍ତା, ସେତୁ ଓ କୋଠାବାଡି ନିର୍ମାଣ କାମ ତ୍ୱରାନ୍ୱିତ କରି ସମ୍ପୂର୍ଣ୍ଣ ହେବା ବିଭାଗର ଗୁରୁ ଦାୟିତ୍ୱ ବୋଲି ଶ୍ରୀ ସିଂ କହିଥିଲେ । ସେହିପରି ବିଭାଗୀୟ କାର୍ଯ୍ୟରେ ଯୋଗାଯୋଗ ପାଇଁ ଏଣିକି ବିଭାଗକୁ ପ୍ରେରିତ ସମସ୍ତ ଚିଠିପତ୍ର ଓଶ୍ୱାସ୍ ମାଧ୍ୟମରେ ପଠାଇବାକୁ ସମସ୍ତ କ୍ଷେତ୍ରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!