pakka

ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ସଂପର୍କରେ ସମୀକ୍ଷା ବୈଠକ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଚାଲୁ ରହିଥିବା ସମସ୍ତ ରେଳ ପ୍ରକଳ୍ପ ପାଇଁ ଥିବା ଜମି ଅଧିଗ୍ରହଣ ଓ ଏ କ୍ଷେତ୍ରରେ ଥିବା ସମସ୍ତ ଅସୁବିଧା ଦୂର କରିବା ଦିଗରେ ଏକ ସମୀକ୍ଷା ବୈଠକ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରାୟ ୪୦ଟି ରେଳ ପ୍ରକଳ୍ପର ଜମି ଗ୍ରହଣ ସଂପର୍କରେ ଆଲୋଚନା ହୋଇଥିଲା । ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପ ପାଇଁ ଆବଶ୍ୟକ ଜମି ଅଧିଗ୍ରହଣ ସଂପର୍କରେ ପ୍ରମୁଖ ଶାସନ ସଚିବ ଗୁରୁତ୍ୱାରୋପ କରିବା ସହ ଏହି କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଭର୍ଚୁଆଲ ମୋଡ଼୍‌ରେ ଆୟୋଜିତ ଏହି ବୈଠକରେ ୨୧ଟି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ, ବାଣିଜ୍ୟ ଓ ପରିବହନ ବିଭାଗର ଜମି ଅଧିଗ୍ରହଣ ଅଧିକାରୀ ଓ ରେଲୱେର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

fourteen + seven =