oom

ଭଞ୍ଜନଗର ଗସ୍ତରେ ଆସି ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସମୀକ୍ଷା

jsmm

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମାନ୍ୟବର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଶନିବାର ଦିନିକିଆ ଭଞ୍ଜନଗର ଗସ୍ତରେ ଆସି ବିଭାଗୀୟ ସ୍ଵାସ୍ଥ୍ୟ ସମସ୍ୟା ଉପରେ ସମୀକ୍ଷା କରିଛନ୍ତି । ମାନ୍ୟବର ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ପ୍ରଥମେ ମେଡିକାଲର ବିଭିନ୍ନ ୱାର୍ଡ ପରିଦର୍ଶନ କରିଥିଲେ । ପରେ ମେଡିକାଲର ଆନୁସଙ୍ଗିକ ବ୍ୟବସ୍ଥାର ତଦାରଖ କରିଛନ୍ତି । ସ୍ୱାସ୍ଥ୍ୟ ସେବା ପରିଚାଳନା ସମ୍ପର୍କିତ ସମୀକ୍ଷା ବୈଠକରେ, ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ବିଷୟ ସମ୍ପର୍କରେ ଅଧିକାରୀ ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି । ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ, ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଭଳି ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସ୍ୱାସ୍ଥ୍ୟ କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି । ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବାରେ ଏହି ହସ୍ପିଟାଲର ଭୂମିକା ଗୁରୁତ୍ଵପୂର୍ଣ୍ଣ । ଏହାର ଭିତ୍ତିଭୂମିର ବିକାଶ, ମାନବ ସମ୍ବଳ, ଆଧୁନିକ ଉପକରଣ ସହ ଅନ୍ୟାନ୍ୟ ଆବଶ୍ୟକୀୟ ସୁବିଧା ଯୋଗାଇଦେବା ପାଇଁ ନିଶ୍ଚିତ ଭାବେ ପଦକ୍ଷେପ ଗ୍ରହଣ କରାଯିବ, ଏଥିପାଇଁ ଲୋକଙ୍କ ସରକାର ପ୍ରତିବଦ୍ଧ ଅଟନ୍ତି ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ଭବାନୀ ଶଙ୍କର ମିଶ୍ର ପ୍ରଥମେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ବାବଦରେ କହିଥିଲେ । ଏହା ସହ ଭିତିଭୂମି ଓ ଡାକ୍ତର ସମେତ କର୍ମଚାରୀ ପଦବୀ ପୁରଣ ନେଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଯଥାଶୀଘ୍ର ଡାକ୍ତର ପଦବୀ ପୁରଣ ସହ ମେଡିକାଲରେ ଆନୁସଙ୍ଗିକ ସୁବିଧା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ନିଜ ପ୍ରତିକ୍ରିୟା କହିଥିଲେ । ସେହିପରି ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଧିକାରୀ ସିତାଂଶୁ ଶେଖର ଶତପଥି ମେଡିକାଲର ଭିତ୍ତିଭୁମି ବାବଦରେ ମତ ରଖିବା ସହ ମେଡିକାଲ ପାଇଁ ଆବଶ୍ୟକ ଯନ୍ତ୍ରପାତି, କର୍ମଚାରୀ ପଦବୀ ପୁରଣ ପାଇଁ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ବୈଠକରେ ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା ସ୍ୱାଗତ ଅଭିଭାଷଣ ରଖିଥିଲେ । କନ୍ଧମାଳ ସାଂସଦ ମାନ୍ୟବର ସୁକାନ୍ତ କୁମାର ପାଣିଗ୍ରାହୀ, ଭଞ୍ଜନଗର ବିଧାୟକ ମାନ୍ୟବର ପ୍ରଦ୍ୟୁମ୍ନ କୁମାର ନାୟକ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ବାବଦରେ କହିଥିଲେ । ବୈଠକରେସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.