
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗରରେ ଜିଲ୍ଲାସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ସମାଧାନ ନିମନ୍ତେ ଜନ-ଶୁଣାଣୀ, ଲୋକଙ୍କ ଅଭିଯୋଗ ଏବଂ ଏହାର ଆଶୁ ସମାଧାନ ସୋମବାର ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଗଞ୍ଜାମ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମଧୁମିତା, ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା,ସମୁଦାୟ ୧୦୯ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ଆଜିର ଏହି ଅଭିଯୋଗ ମଧ୍ୟରେ ବ୍ୟକ୍ତିଗତ ଅଭିଯୋଗ ୧୦୪ ଟି ଥିବାବେଳେ, ଗ୍ରାମୀୟ ଅଭିଯୋଗ ୫ଟି ଥିଲା । ଜିଲ୍ଲାପାଳ ତ୍ୱରିତ ୬ଟି ଅଭିଯାଗର ଫଇସଲା କରିଥିଲେ । ମୁଖ୍ୟମନ୍ତ୍ରୀ ରିଲିଫି ପାଣ୍ଠିରୁ ଜଣଙ୍କୁ ତିରିଶି ହଜାର ଟଙ୍କା ହିସାବରେ ଦୁଇ ଜଣଙ୍କୁ ଷାଠିଏ ହଜାର ଟଙ୍କା ଏବଂ ଆଉ ଜଣଙ୍କୁ ପନ୍ଦର ହଜାର ଟଙ୍କା, ଏବଂ ଅନ୍ୟ ତିନି ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ଚାଳିଶି ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା । ସୋମବାର ଏହି ଅଭିଯୋଗ ସମୟରେ, ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା, ଖାଉଟି କାର୍ଡ ବାର୍ଦ୍ଧକ୍ୟ ଭତ୍ତା, ଭୂମିହୀନଙ୍କ ପାଇଁ ବସୁନ୍ଧରା ଯୋଜନାରେ ଜାଗା ଆବଣ୍ଟନ ଉପରେମୁଖ୍ୟତଃ ଥିଲା, ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷିକ ରଞ୍ଜନ କୁମାର ଦେ, ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ଭଞ୍ଜନଗର ତହସିଲଦାର ଅବିନାଶ ମହାର, ଭଞ୍ଜନଗର ବି.ଡି.ଓ. ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ, ପୂର୍ତ୍ତ ବିଭାଗ ଏସ.ଡି.ଓ. ଭଞ୍ଜନଗର ପ୍ରତାପ ନାୟକ, ଭଞ୍ଜନଗର, ବିଜ୍ଞାପିତ ଅଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ଭଂଜନଗର, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର , ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।