centurian jitm

ଭଞ୍ଜନଗର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗରରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି, ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ, ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା, ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୪୬ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୧୩୫ ଟି ଥିବାବେଳେ, ଗ୍ରାମୀୟ ଅଭିଯୋଗ ୧୧ଟି ଥିଲା, ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ ୬ଟି ଅଭିଯାଗର ଫଇସଲା କରିଥିଲେ । ଏବଂ ଚାରି ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା । ତିନି ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ତେରହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା । ଆଜିର ଅଭିଯୋଗ ସମୟରେ ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା, ଖାଉଟି କାର୍ଡ ବାର୍ଦ୍ଧକ୍ୟ ଭତ୍ତା, ଭୂମିହୀନ ଙ୍କ ପାଇଁ ବସୁନ୍ଧରା ଯୋଜନାରେ ଜାଗା ଆବଣ୍ଟନ ଉପରେ ମୁଖ୍ୟତଃ ଥିଲା, ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଧେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ, ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷ ,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ଭଞ୍ଜନଗର ତହସିଲଦାର ଅବିନାଶ ମହାର, ଭଞ୍ଜନଗର ବି,ଡି,ଓ ପୁର୍ଣଚନ୍ଦ୍ର ପାଢ଼ୀ, ପୁତ୍ତ ବିଭାଗ ଏସ,ଡି, ଓ ଭଞ୍ଜନଗର ଶ୍ରୀ ପ୍ରତାପ ନାୟକ, ଭଞ୍ଜନଗର, ବିଜ୍ଞାପିତ ଅଞ୍ଚଳ ଭଞ୍ଜନଗର କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ଭଂଜନଗର ,ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର , ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.