
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ଏସ୍ଏସ୍ଏସ୍ କାର୍ଯ୍ୟକ୍ରମ ଅଧିକାରୀ ଆଶିଷ ପଣ୍ଡାଙ୍କୁ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନ-୨୦୨୬ ପ୍ରଦାନ କରାଯାଇଛି । ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମବାର୍ଷିକୀ ଅବସରରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଏକ ସ୍ୱତନ୍ତ୍ର ସମାରୋହ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପିସିସି ସଭାପତି ଭକ୍ତଚରଣ ଦାସ, ଓଡ଼ିଶା କଂଗ୍ରେସ ପ୍ରଭାରୀ ଲାଲଜୀ ଦେଶାଇ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡ଼ାମ, ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ, ଏମ୍ସ ଭୁବନେଶ୍ୱରର ପ୍ରତିଷ୍ଠାତା ନିର୍ଦ୍ଦେଶକ ଡା. ଅଶୋକ ମହାପାତ୍ର, କଂଗ୍ରେସ ରାଜ୍ୟ ସହପ୍ରଭାରୀ ଜେଟି କୁସୁମ କୁମାର ଏବଂ ସାମ୍ବାଦିକ ପବିତ୍ର ମୋହନ ସାମନୁରାୟ ଯୋଗ ଦେଇଥିଲେ । ଏହି ଅବସରରେ ଶିକ୍ଷା, ସମାଜସେବା ଓ ଜାତୀୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଆଶିଷ ପଣ୍ଡାଙ୍କୁ ଅତିଥିମାନଙ୍କ ଦ୍ୱାରା ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନ-୨୦୨୬ ପ୍ରଦାନ କରାଯାଇଥିଲା । ଏହି ଅବସରରେ ଶିକ୍ଷା, ସମାଜସେବା ଓ ଜାତୀୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଆଶିଷ ପଣ୍ଡାଙ୍କୁ ଅତିଥିମାନଙ୍କ ଦ୍ୱାରା ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନ-୨୦୨୬ ପ୍ରଦାନ କରାଯାଇଥିଲା । ଏହି ସମ୍ମାନ ପାଇବା ପରେ ମହାବିଦ୍ୟାଳୟ ପରିସରରେ ମଧ୍ୟ ଶ୍ରୀ ପଣ୍ଡାଙ୍କୁ ସମ୍ବର୍ଦ୍ଧନା ଦେବା ପାଇଁ ଏକ ସ୍ୱତନ୍ତ୍ର ସମାରୋହ ଆୟୋଜିତ ହୋଇଥିଲା । ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ପ୍ରଧାନୀ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ରାଜନୀତି ବିଜ୍ଞାନ ବିଭାଗର ମୁଖ୍ୟ ଡ. ସୁରେଶ ପ୍ରସାଦ ଷଡ଼ଙ୍ଗୀଙ୍କ ସମେତ ମହାବିଦ୍ୟାଳୟର ଅନ୍ୟାନ୍ୟ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନେ ମଧ୍ୟ ଶ୍ରୀ ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କରି ଶୁଭେଚ୍ଛା ଜଣାଇଥିଲେ ।