jsm

ଛତ୍ରପୁର ପଞ୍ଚାୟତ ସମିତି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଓ କୃତଜ୍ଞତା ଜ୍ଞାପନ

csstore

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦୀର୍ଘ ୨୫ ବର୍ଷର ସମର୍ପିତ ସେବା ତଥା ଜୀବନବ୍ୟାପୀ ସାଧନା ନିମନ୍ତେ ନୂଆଦିଲ୍ଲୀରେ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ସମ୍ମାନିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଓଡ଼ିଶା ଫେରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଭିନ୍ନ ମହଲରେ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ଏହି ଉପଲକ୍ଷେ ଛତ୍ରପୁର ପଞ୍ଚାୟତ ସମିତି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରାଯାଇଛି । ଛତ୍ରପୁର ବ୍ଲକ ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ପରିସରରେ ବିଜୁ ଜନତା ଦଳ ସମର୍ଥିତ ନବନିର୍ବାଚିତ ପ୍ରତିନିଧିମାନଙ୍କର ଏକ ସମ୍ମେଳନ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା କିରଣ କୁମାରୀ ଦାସ ଏବଂ ସମ୍ମାନିତ ଅତିଥି ଭାବେ ଉପାଧ୍ୟକ୍ଷା ସାଡି ଶାରଦା ରେଡ୍ଡୀ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଏସ୍. କିଶୋର ଚନ୍ଦ୍ର ରେଡ୍ଡୀ ଓ ମୁନା ଦାସ, ଛାତ୍ର ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ଜ୍ୟୋତି ରଞ୍ଜନ ସାହୁ, ପୋଡାପଦର ସରପଞ୍ଚ ସୁଜାତା ଦାସ, ସମିତି ସଭ୍ୟା ଶଶି ଦାସ, ବଡମାଧପୁର ସରପଞ୍ଚ ଅର୍ଚ୍ଚନା କୁମାରୀ ସେଠୀ, ମହାନାଦପୁର ସମିତି ସଭ୍ୟା ସୁନୀତା ବେହେରା, ଲକ୍ଷ୍ମୀପୁର ସମିତି ସଭ୍ୟ ଏନ୍. ରମେଶ ରେଡ୍ଡୀ, ବଉଳଗାଁ ସମିତି ସଭ୍ୟ ରାମଚନ୍ଦ୍ର ପରିଡା, ବରିଷ୍ଠ ବିଜେଡି ନେତା ଅଶୋକ ପାଣିଗ୍ରାହୀ, ଯୁବ ନେତା ବାପି ଦାସ, ଆର୍ଯ୍ୟପଲ୍ଲୀ ସମିତି ସଭ୍ୟା ଚୁମକୀ ସେଠୀ, ନରେନ୍ଦ୍ରପୁର ସମିତି ସଭ୍ୟା ବି.ସୋନାଲି ସେନାପତିଙ୍କ ସମେତ ବହୁ ଜନ ପ୍ରତିନିଧି ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅଭିନନ୍ଦନ, ଶୁଭେଚ୍ଛା, ସାଧୁବାଦ ଜଣାଇ କୃତଜ୍ଞତା ଜ୍ଞାପନ କରିଛନ୍ତି ।

yuvodaya
Leave A Reply

Your email address will not be published.