
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେବାପା ଜେଜେମାଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅବସରପ୍ରାପ୍ତ ଶିକ୍ଷକ ରବିନ୍ଦ୍ରନାଥ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଶିଶୁର ସର୍ବାଙ୍ଗୀନ ଉନ୍ନତି ତଥା ଶିଶୁ ମାନଙ୍କୁ ଠିକ ଭାବରେ ଗଢ଼ି ତୋଳିବାରେ ଜେଜେବାପା ଜେଜେମାଆଙ୍କ ଭୂମିକା କେତେ ଗୁରୁତ୍ୱପୂର୍ଣ୍ଣ ସେ ବିଷୟରେ ମାର୍ଗ ଦର୍ଶନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ମୁଖ୍ୟବକ୍ତା ଭାବେ ସଂସ୍କୃତ ଶିକ୍ଷକ ହରିହର ସାହୁ ଯୋଗଦେଇ ପ୍ରବଚନ କାର୍ଯ୍ୟକ୍ରମ କରିଥିଲେ । ଶିଶୁ ଭଉଣୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସଭାପତି ପୃଥିରାଜ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ସଂଜୀବ ସାହୁ ଓ ସସ୍ମିତା ଶତପଥୀ ସଂଯୋଜନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୨୫୦ ଜଣ ଜେଜେବାପା ଜେଜେମାଆ ଓ ମାତୃଭାରତୀର ସଦସ୍ୟାମାନେ ମଧ୍ୟ ଉପସ୍ଥିତ ଥିଲେ । ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।