pakka

ଜିଲ୍ଲାସ୍ତରୀୟ ଶାରୀରିକ ଶିକ୍ଷା ଶିକ୍ଷକ ଶିକ୍ଷୟିତ୍ରୀ ସମ୍ମିଳନୀ

bbehera

ବୌଦ୍ଧ : ବୌଦ୍ଧ ଜିଲ୍ଲାସ୍ତରୀୟ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକର ଶାରୀରିକ ଶିକ୍ଷା ଶିକ୍ଷକ ଶିକ୍ଷୟିତ୍ରୀ ସମ୍ମିଳନୀ ଜିଲ୍ଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ. ଉଦୟନାଥ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଉକ୍ତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ଜିଲ୍ଲାର ବିଦ୍ୟାଳୟ ଗୁଡିକ ପରିଷ୍କାର ପରିଛନ୍ନ ରଖିବା, ତମାଖୁ ମୁକ୍ତ ରଖିବା, ଶାରୀରିକ ଶିକ୍ଷା ଯଥା ବିଭିନ୍ନ ଖେଳ, ଯୋଗ ଓ ପ୍ରାଣାୟାମର ବିକାଶ କରାଇବା ଉପରେ ଗୁରୁତ୍ତ୍ୱ ଦେବାକୁ କ୍ରୀଡା ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ଜିଲ୍ଲା କ୍ରୀଡା ଅଧିକାରୀ ପବିତ୍ର ରାଉତ, ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ଆନନ୍ଦ କୁମାର ବେହେରା ମଞ୍ଚାସୀନ ଥିଲେ । ବାଉଁଶୁଣୀ ହାଇସ୍କୁଲର କ୍ରୀଡା ଶିକ୍ଷକ ସୁରେନ୍ଦ୍ର ନାଥ ଦାଶ ଅତିଥି ପରିଚୟ ପ୍ର୍ରଦାନ କରିଥିବା ବେଳେ ବିଳାସପୁର ହାଇସ୍କୁଲର ଶିକ୍ଷକ ଆଦିନାଥ ଦାଶ ଧନ୍ୟବାଦ ଦେଇଥିଲେ । ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୭୫ ଜଣ କ୍ରୀଡା ଶିକ୍ଷକ /ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

15 − 3 =