ଛତ୍ରଙ୍ଗ ଗ୍ରାମରେ ବିଜେଡିର କର୍ମୀ ସମ୍ମିଳନୀ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଜୁରାବନ୍ଧ ପଞ୍ଚାୟତ ଛତ୍ରଙ୍ଗ ଗ୍ରାମରେ ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିରିଷ୍ଠ ବିଜେଡି ନେତା ଅଜୟ ଦାସ ଯୋଗ ଦେଇଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଆଲୋକପାତ କରିବା ସହ କିପରି ଲୋକେ ସରକାରଙ୍କ ସମସ୍ତ ଯୋଜନାରେ ଉପକୃତ ହୋଇପାରିବେ ସେ ବିଷୟରେ ଆଲୋଚନା କରାଯାଇଥିଲା । ଏହି ଅବସରରେ ବହୁ ସଂଖ୍ୟାରେ ବିଜେଡି କର୍ମୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.