csstore

ବିରୋଧୀଙ୍କୁ ଟାର୍ଗେଟ୍‌ କରି ବିଜେଡିର ସାମ୍ବାଦିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଥପ୍ରାନ୍ତ ସୁବିଧା କେନ୍ଦ୍ରଠାରେ ରାଜ୍ୟ ଯୁବ ବିଜେଡି ସମ୍ପାଦକ ଅଜିତ କୁମାର ଯୋଶୀଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଆସନ୍ତା ସାଧାରଣ ନିର୍ବାଚନରେ କଣ୍ଟାବାଞ୍ଜି ବିଧାୟକ ପ୍ରାର୍ଥୀ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି । ଏହାକୁ ନେଇ କଣ୍ଟାବାଞ୍ଜି ବିଜେଡି ଦଳ ମଧ୍ୟରେ ଉତ୍ସାହିତ ହୋଇଛି । ଅନ୍ୟ ପକ୍ଷରେ ବିରୋଧୀ ମୁଖ୍ୟମନ୍ତ୍ରୀଙ୍କ ପ୍ରାର୍ଥୀତ୍ୱଙ୍କୁ କଡା ସମାଲୋଚନା କରୁଥିବା ବେଳେ ଆଜି ସାମ୍ବାଦିକ ସମ୍ମିଳନୀରେ ଏହାର ଜବାବ ଦେଇଛି ବିଜେଡି ଦଳ । ମୁଖ୍ୟମନ୍ତ୍ରୀ ଏଠାରେ ୧ ଲକ୍ଷରୁ ଅଧିକ ବ୍ୟବଧାନରେ ଭୋଟ୍‌ ପାଇଁ ବିଜୟୀ ହେବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି । କଣ୍ଟାବାଞ୍ଜି ଅଞ୍ଚଳରେ ଦେଖା ଦେଇଥିବା ବିଭିନ୍ନ ସମସ୍ୟାକୁ ମୁଖ୍ୟମନ୍ତ୍ରୀ ସମାଧାନ କରିବେ ବୋଲି ଉପସ୍ଥିତ ବିଜେଡି ନେତାମାନେ ଆଶା କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀ ପଶ୍ଚିମ ଓଡିଶା ବିକାଶ ପରିଷଦର ସଦସ୍ୟ ହଂସରାଜ ଜୈନ, ଯୁବ ବିଜେଡି ନେତା ଗିରିରାଜ ସିଂ ମାଝୀ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଉଦ୍ଧବ ବେହେରା, ତୁରେକେଲା ବ୍ଲକ ବିଜେଡି ସଭାପତି ଆଶାଦୁଲ୍ଲା ଖାଁ ପ୍ରମୁଖ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.