
କେସିଙ୍ଗା, (ପ୍ରୀତେଶ ପଟେଲ) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ନଗରରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କେସିଙ୍ଗା ପରିସରରେ ପ୍ରଥମ ଓଡ଼ିଆ ପକ୍ଷ -୨୦୨୫ ଅବସରରେ ଆଜି ଯୁବ ଲେଖକ ସମ୍ମିଳନୀ ଓ ସମ୍ବର୍ଦ୍ଧନା ସମାରୋହ ସମୀର କୁମାର ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଯାଇଛି । ଆନନ୍ଦ କୁମାର ବେହେରା, ଗୋଷ୍ଠୀ ଶିକ୍ଷା ଅଧିକାରୀ, କେସିଙ୍ଗା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଓଡ଼ିଆ ଭାଷାର ସୁରକ୍ଷା ଓ ପ୍ରଚାର ଦିଗରେ କାର୍ଯ୍ୟ ସମ୍ପାଦନ କରିବା ନିମନ୍ତେ ଆମେ ବଦ୍ଧପରିକର ହେବାର ଆବଶ୍ୟକତା ରହିଛି ବୋଲି ଆହ୍ୱାନ ଦେଇଥିଲେ । ବିଦ୍ୟାଳୟର ସଭାପତି ଶିବ ପ୍ରସାଦ ସାହୁ ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ । ଏହି ଅବସରରେ ରଞ୍ଜନ କୁମାର ପଣ୍ଡା, ସଞ୍ଜୁକ୍ତା ପାଢୀ, ରୁବି ଚୌଧୁରୀ, ନବୀନ କୁମାର ନାଏକ, ଯାଦବେନ୍ଦ୍ର ସାହା , କଳ୍ପନା ମାଝୀ ପ୍ରମୁଖଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା । ଜି.କ୍ରିଷ୍ଣା ରେଡ୍ଡୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।