oum

କଲ୍ୟାଣପୁର ବିଜ୍ଞାନ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟିତ

jsm

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ କଲ୍ୟାଣପୁର ବିଜ୍ଞାନ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଯୁବ ଓଡିଶା, ନବୀନ ଓଡିଶା ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅୟକ୍ଷା ତୃପ୍ତିମୟୀ ପରିଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷା ବାସନ୍ତି ସାହୁ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ସହ ପତକା ଉତ୍ତୋଳନ କରି ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ମୁଖ୍ୟବକ୍ତା ଭାବେ ଜିଲ୍ଲା ପରିଷଦ ସଭ୍ୟ ପ୍ରସନ୍ନ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ଦୁର୍ବାଷା ନିଶଙ୍କ, ସ୍ଥାନୀୟ ସରପଞ୍ଚ ଗୋବର୍ଦ୍ଧନ ସେଠି, ସମିତି ସଭ୍ୟ ସୁଶାନ୍ତ କୁମାର ଦାସ, ପ୍ରହଲ୍ଲାଦ ପ୍ରଧାନ, ବିଦ୍ୟାଳୟର ପ୍ରତିଷ୍ଠାତା ଚକ୍ରଧର ପ୍ରଧାନ, ବିଦ୍ୟାଳୟର ପୂର୍ବତନ ସମ୍ପାଦକ ପ୍ରଦୀପ୍ତ କୁମାର ପ୍ରଧାନ, ନୋଡାଲ ଅଫିସର ଅଧ୍ୟାପକ କୈଳାଶ ଚନ୍ଦ୍ର ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ବିକାଶ ପାଇଁ ପ୍ରଣୟନ କରିଥିବା ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ପ୍ରାରମ୍ଭରେ ବିଦ୍ୟାଳୟ ପକ୍ଷରୁ ସମସ୍ତ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ଅଧ୍ୟାପକ ଦିଲ୍ଲୀପ କୁମାର ରଥ ସ୍ୱାଗତ ଭାଷଣ ଦେବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶେଷରେ ଅଧ୍ୟାପକ ଲୋକନାଥ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ଅଧ୍ୟାପକ ନିରୋଦ ସାମନ୍ତରାୟ, ଅଧ୍ୟାପକ କୈଳାଶ ଚନ୍ଦ୍ର ସାହୁ, ଅଧ୍ୟାପକ ସମ୍ପଦ କୁମାର ପ୍ରଧାନ, ଅଧ୍ୟାପକ ଦୀପକ ରଞ୍ଜନ ପଣ୍ଡା, ଅଧ୍ୟାପିକା ଅନିତା ମିଶ୍ର ସମେତ ସମସ୍ତ ଶିକ୍ଷା କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ ।

Leave A Reply

Your email address will not be published.