oom

ମାଲକାନଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

jsmm

ମାଲକାନଗିରି : ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ପ୍ରଥମ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରିରୁ ସ୍ୱାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା ଆରମ୍ଭ କରି କହିଥିଲେ ଯେ, ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ସେ ଚାଷୀ ହେଉ ବା ମୂଲିଆ, ଛୋଟ ଦୋକାନୀ ହେଉ, ବା ରିକ୍ସା ବାଲା, ଟ୍ରଲି ବାଲା କିମ୍ବା ଦୂର ଦୂରାନ୍ତରେ ରହୁଥିବା ଜନଜାତି ଭାଇ ଭଉଣୀ ବା ସାଧାରଣ ଲୋକ, ସେ ଗାଁରେ ରହୁ ବା ସହରରେ, ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବାଧକ ନ ହେଉ । ସମସ୍ତେ ସୁସ୍ଥ ରହି ନିଜ ପରିବାରର ଉନ୍ନତି ପାଇଁ କାମ କରନ୍ତୁ । ପ୍ରତି ପରିବାରର ଉନ୍ନତିରେ ହିଁ ରାଜ୍ୟର ଉନ୍ନତି ବୋଲି କହିଥିଲେ । ତେବେ ରାଜ୍ୟ ସରକାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଥିବା ବେଳେ ଏହି ଯୋଜନା ଆଗାମୀ ସେପ୍ଟେମ୍ବର ପହିଲାରୁ ଲାଗୁ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବ । ତେବେ ଏହି ନୂଆ ବ୍ୟବସ୍ଥାରେ କିଛି ଡକ୍ୟୁମେଣ୍ଟ ଦେବାକୁ ଦରକାର ପଡ଼ିବ ନାହିଁ । କେବଳ ଆପଣଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ସାଥିରେ ନେଇ ହସପିଟାଲ ଯିବାକୁ ହେବ । ଦେଶର ୨୦୦ରୁ ଅଧିକ ବଡ ବଡ ହସ୍‌ପିଟାଲରେ ଏହି କାର୍ଡ ଜରିଆରେ ହିତାଧିକାରୀମାନେ ଚିକିତ୍ସା ସୁବିଧା ପାଇପାରିବାକୁ ଥିବା ବେଳେ ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମା’ ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ ।

jittmm
Leave A Reply

Your email address will not be published.