ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ସରକାରଙ୍କର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ରାଉରକେଲା ଏୟାରପୋର୍ଟରେ ପହଞ୍ଚିବା ମାତ୍ରେ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକ, ରଘୁନାଥପଲ୍ଲୀ ବିଧାୟକ ଦୁର୍ଗାଚରଣ ତନ୍ତୀ, ରାଜ୍ୟ ମୁଖପାତ୍ର ଧିରେନ ସେନାପତି ତାଙ୍କୁ ସ୍ୱାଗତ ଜଣାଇବା ସହିତ ପାଛୋଟି ଆଣିଥିଲେ । ସେଠାରେ ଜିଲ୍ଲା, ମଣ୍ଡଳ ଓ ମୋର୍ଚ୍ଚା ମାନଙ୍କ ତରଫରୁ ତାଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବିଭିନ୍ନ ସଙ୍ଗଠନ ତରଫରୁ ମଧ୍ୟ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଏହାପରେ ସେ ରାଉରକେଲାର ବାର୍ ଆସୋସିଏସନ କାର୍ଯ୍ୟ ସ୍ଥଳରେ ପହଞ୍ଚି ଥିଲେ ଏବଂ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ସେଠାରୁ ସେ ରାଉରକେଲା ହାଉସରେ ପହଂଚି ଅପେକ୍ଷାରତ କାର୍ଯ୍ୟକର୍ତ୍ତା ମାନଙ୍କୁ ଭେଟଘାଟ କରିଥିଲେ । ବିଭିନ୍ନ ସଙ୍ଗଠନର କାର୍ଯ୍ୟକର୍ତ୍ତା ବୃନ୍ଦ ଭେଟି ତାଙ୍କୁ ସ୍ମାରକ ପତ୍ର ପ୍ରଦାନ କରିବା ସହିତ ବିବିଧ ସମସ୍ୟା ଉପରେ ଆଲୋଚନା କରିଥିଲେ । ଏହାପରେ ସେ ରାଉରକେଲା ପ୍ରଶାସନିକ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ ବୋଲି ଜିଲ୍ଲା ମୁଖପାତ୍ର ଗଙ୍ଗାଧର ଦାଶ ଏକ ପ୍ରେସ ବିବୃତିରେ ଜଣାଇଛନ୍ତି ।